ଧ୍ୟାନ ଯୋଗର ବିସ୍ତୃତ ଆଲୋଚନା

ଓଡ଼ିଆ ବାର୍ତ୍ତା/ ବାଲେଶ୍ଵର: ସାହିତ୍ୟିକ କବି ବନ୍ଧୁ ପରିବାରର ସଭାପତି ଦେବେନ୍ଦ୍ର କୁମାର ନାଏକଙ୍କର ସଭାପତିତ୍ୱରେ ଓ ଅରୁଣ କୁମାର ମହାପାତ୍ରଙ୍କର ପୌରହିତ୍ୟରେ ଆଭାସୀ ମାଧ୍ୟମରେ ଗୀତାମୃତ ପବିତ୍ର ସତସଙ୍ଗ ଅନୁଷ୍ଠିତ ହୋଇଯାଇଛି। ପ୍ରାରମ୍ଭରେ ସଭାପତି ଆଭିମୁଖ୍ୟ ରଖିବା ସହ ବିଶ୍ବେଶ୍ବର ମାଝୀ ଓମକାର ନାଦଧ୍ବନି ଏବଂ ସମ୍ପାଦିକା ପ୍ରଣତି ମହାପାତ୍ର ସମସ୍ତଙ୍କୁ ସୁସ୍ଵାଗତ ଜଣାଇବା ସହ ଶୁଭେଚ୍ଛା କୃତଜ୍ଞତା ଜ୍ଞାପନ କରିବା ପରେ ପଣ୍ଡିତ ପ୍ରଦୀପ୍ତ କୁମାର ମିଶ୍ର ମହୋଦୟ ଅତିଥି ପରିଚୟ ପ୍ରଦାନ ସହ କାର୍ଯ୍ୟକ୍ରମ ସମ୍ପର୍କରେ ସମ୍ୟକ୍ କଥା ପ୍ରଦାନ କରିଥିଲେ। ମୁଖ୍ୟ ଅତିଥି ତଥା ବିଶିଷ୍ଟ ପ୍ରବଚକ, ଆଲୋଚକ, ପ୍ରବଚକ, ଗବେଷକ, ଭାବଗ୍ରାହୀ ମିଶ୍ର ଧ୍ୟାନ ଯୋଗର ଦଶଟି ଶ୍ଲୋକର ଦୀକ୍ଷାନ୍ତ ଆଲୋଚନା, ଉଦାହରଣ ମାଧ୍ୟମରେ ତଥା ବକ୍ତବ୍ୟରେ ସମସ୍ତେ ମନ୍ତ୍ରମୁଗ୍ଧ ହୋଇ ଶ୍ରୀମଦ୍ ଭଗବଦ୍ ଗୀତାର ଷଷ୍ଠ ଅଧ୍ୟାୟ, ଧ୍ୟାନ ଯୋଗର ବ୍ୟାଖ୍ୟା ଶ୍ରବଣ କରି ପ୍ରୀତ ହୋଇଥିଲେ। ଶେଷରେ ସଂଯୁକ୍ତା ରାଉତ ମଧ୍ୟ ନିଜ ବକ୍ତବ୍ୟରେ ଧ୍ୟାନ ଯୋଗର ଅନେକ ବିଶ୍ଲେଷଣାତ୍ମକ ବକ୍ତବ୍ୟ ପ୍ରଦାନ କରିବା ସହ ପଣ୍ଡିତଜୀଙ୍କର ବକ୍ତବ୍ୟ ଅତି ଉପାଦେୟ ତଥା ଉଚ୍ଚକୋଟୀର ବୋଲି ମନ୍ତବ୍ୟ ଦେଇଥିଲେ। ଉକ୍ତ ସତସଙ୍ଗ କାର୍ଯ୍ୟକ୍ରମରେ ବିଭିନ୍ନ ସ୍ଥାନରୁ ସାରସ୍ଵତ ଗୀତାମୃତ ପ୍ରେମୀ ଯୋଗ ଦେଇ ଏ ମହତ୍ ବାଣୀ ସାହିତ୍ୟିକ କବି ବନ୍ଧୁ ପରିବାରର ଏ କାର୍ଯ୍ୟକ୍ରମ ମାଧ୍ୟମରେ ଶ୍ରବଣ କରି କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିଥିଲେ। ଶେଷରେ ସଭାପତିଙ୍କ ଅନୁମୋଦନ କ୍ରମେ ରୀତା ଅପରାଜିତା ମହାନ୍ତି ଧନ୍ୟବାଦ ଓ ଗୀତାଞ୍ଜଳି ପୃଷ୍ଟି ଶାନ୍ତିପାଠ କରିବା ସହ କାର୍ଯ୍ୟକ୍ରମ ସାଙ୍ଗ କରିଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.