ସ୍ୱାଧୀନତାର ଅମୃତ ମହୋତ୍ସବ ଅବସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

ଓଡ଼ିଆ ବାର୍ତ୍ତା/ କନ୍ଧମାଳ (ସଞ୍ଜୟ କୁମାର ପାଣିଗ୍ରାହୀ): ସ୍ୱାଧୀନତାର ଅମୃତ ମହୋତ୍ସବ ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ବାରଖମା ପଞ୍ଚାୟତ ଜାର୍ଗିଭାଟ୍ଟା ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଓ ସିଆରପିଏଫ ଜି/୧୨୭ ବାଟାଲିୟନର ମିଳିତ ଆନୁକୁଲ୍ୟରେ ଏକ ବନମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କମାଣ୍ଡାଣ୍ଟ ଆନନ୍ଦ କୁମାର ଝାଙ୍କ ତତ୍ତ୍ଵାବଧାନରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ନିରୀକ୍ଷକ ଭେନୁ କେ.ଏମ୍, ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦିବାକର ନାଏକ ଓ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ, ଛାତ୍ର ଛାତ୍ରୀ ଉପସ୍ଥିତ ରହି ବିଦ୍ୟାଳୟ ପରିସରରେ ବିଭିନ୍ନ କିସମର ବୃକ୍ଷ ରୋପଣ କରିଥିଲେ। ଏହାସହ ବୃକ୍ଷରୋପଣର ଉପକାରିତା ସମ୍ପର୍କରେ ଅତିଥିମାନେ ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ବୁଝାଇଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.