ଗାଧୋଇବାକୁ ଯାଇଥିବାବେଳେ ନଦୀରେ ଭାସି ବୃଦ୍ଧ ମୃତ

ଓଡ଼ିଆ ବାର୍ତ୍ତା/ କନ୍ଧମାଳ (ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ମୁଣ୍ଡିଗଡ଼ରେ ଗାଧୋଉଥିବା ବେଳେ ନଦୀରେ ଭାସିଯାଇ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି । ମୃତ ବ୍ୟକ୍ତି ଜଣକ ମୁଣ୍ଡିଗଡ଼ ଗାଁର ରାଇସିଂ ପାତ୍ର ବୋଲି ଜଣାପଡିଛି । ସୂଚନା ଅନୁଯାୟୀ ମୁଣ୍ଡିଗଡ଼ ଗାଁର ରାଇସିଂ ଶନିବାର ନଦୀ ତୁଠକୁ ଗାଧେଇବାକୁ ଯାଇଥିଲେ । ହଠାତ ନଦୀରେ ପାଣିର ମାତ୍ରା ବଢ଼ି ଯାଇଥିଲା । ସେ ପାଣିରୁ ବାହାରି ନ ପାରି ନଦୀରେ ଭାସିଯାଇଥିଲେ । ଗ୍ରାମବାସୀ ବହୁ ଖୋଜା ଖୋଜି କରିବା ପରେ ତାଙ୍କ ସନ୍ଧାନ ମିଳିନଥିଲା । ରବିବାର ସକାଳେ ଗାଧୁଆ ଘାଟରୁ ପ୍ରାୟ ଗୋଟିଏ କିଲୋମିଟର ଦୂରରେ ଥିବା ରାହୁଲ ନଦୀର କୁନ୍ଦଲି ଦର ନାମକ ଘାଟରେ ତାଙ୍କ ମୃତଦେହ ଅଟକି ରହିଥିବା ସ୍ଥାନୀୟ ଲୋକେ ଦେଖିଥିଲେ । ଏନେଇ ଗ୍ରାମବାସୀ ମୃତଦେହକୁ ଚି଼ହ୍ନଟ କରି ତୁମୁଡିବନ୍ଧ ପୋଲିସକୁ ଜଣାଇଥିଲେ । ପୋଲିସ ଓ ଅଗ୍ନିଶମ ବାହିନୀ ମୃତଦେହକୁ ଉଦ୍ଧାର କରି ଏକ ଅପମୃତ୍ୟୁ ମାମଲା ରୁଜୁକରି ତଦନ୍ତ ଚଳାଇଛନ୍ତି ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.