ଅପରାହ୍ନ ୪ଟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ପ୍ରକାଶ ପାଇବ ବିଜ୍ଞାନ ଓ ବାଣିଜ୍ୟ ଫଳ
ଅଗଷ୍ଟ ପ୍ରଥମ ସପ୍ତାହ ସୁଦ୍ଧା ଆର୍ଟ୍ସ ରେଜଲ୍ଟ
ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ଆଜି ପ୍ରକାଶ ପାଇବାକୁ ଯାଉଛି +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ। ଅପରାହ୍ନ ୪ଟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଫଳାଫଳ ପ୍ରକାଶ ପାଇବ ବୋଲି ଜଣାପଡିଛି। ଛାତ୍ରଛାତ୍ରୀ ଓ ଅବିଭାବକ ମାନେ ପରୀକ୍ଷା ଫଳ ପ୍ରକାଶକୁ ନେଇ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ବିଜ୍ଞାନ ଓ ବାଣିଜ୍ୟ ଫଳାଫଳ ଆଜି ୨୭ ଜୁଲାଇ ବୁଧବାର ପ୍ରକାଶ ପାଇବା ସହ +୨ କଳା ପରୀକ୍ଷାଫଳ ସପ୍ତାହକ ମଧ୍ୟରେ ପ୍ରକାଶ ପାଇବ ବୋଲି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ପ୍ରତିବର୍ଷ ପରି ଏବର୍ଷ ମଧ୍ୟ ବିଜ୍ଞାନ ଓ ବାଣିଜ୍ୟର ସମସ୍ତ ଉତ୍ତର ଖାତା ଇ-ମୂଲ୍ୟାୟନ କରାଯାଇଛି। ମୂଲ୍ୟାୟନ ପାଇଁ ୧୨ହଜାରରୁ ଅଧିକ ଅଧ୍ୟାପକଙ୍କୁ ନିଯୁକ୍ତ କରାଯାଇଥିଲା। ମୂଲ୍ୟାୟନରେ ସ୍ବଚ୍ଛତା ପାଇଁ ପ୍ରତି କେନ୍ଦ୍ରରେ ସିସିଟିଭି ଲାଗିଥିଲା।