ନର୍ଲା ଗସ୍ତରେ କଳାହାଣ୍ଡି ଜିଲ୍ଲାପାଳ ପି. ଅନ୍ବେଶା ରେଡ୍ଡୀ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): କଳାହାଣ୍ଡିର ନୂତନ ଜିଲ୍ଲାପାଳ ପି. ଅନ୍ବେଶା ରେଡ୍ଡୀ ଆଜି ୨୭/୭ ବୁଧବାର ନର୍ଲା ଗସ୍ତରେ ଆସିଥିଲେ। ସେ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ପହଞ୍ଚିବାପରେ ନର୍ଲା ବିଡ଼ିଓ ବାସନ୍ତୀ ସେଠୀ, ବ୍ଲକ ଅଧ୍ୟକ୍ଷା ମନୋରମା ମହାନ୍ତି ଓ ଉପାଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତି ପ୍ରମୁଖ ତାଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ। ବ୍ଲକ କାର୍ଯ୍ୟାଳୟରେ କିଛି ସମୟ ବିତାଇବା ପରେ ଜିଲ୍ଲାପାଳ ନର୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କରିଥିଲେ। ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଅନ୍ତଃ ଓ ବର୍ହି ବିଭାଗ ବୁଲି ଦେଖିବାସହ ଚିକିତ୍ସକ ମାନଙ୍କ ସହ ଡାକ୍ତରଖାନାର ସୁବିଧା ଅସୁବିଧା ସମ୍ପର୍କରେ ଆଲୋଚନା କରିଥିଲେ। ଏହି ଗସ୍ତ ସମୟରେ ଜିଲ୍ଲାପାଳ ଶ୍ରୀମତୀ ରେଡ୍ଡୀ ବ୍ଲକର ଫାଇବ୍-ଟି ରୁପାନ୍ତରିତ ହାଇସ୍କୁଲ ମଧ୍ୟ ପରିଦର୍ଶନ କରାଥିବା ଜଣାପଡିଛି।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.