ସର୍ବ ମଙ୍ଗଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ରଜତ ବଂଶଳ/ ସୁଶାନ୍ତ କୁମାର ଦଳେଇ): ଗୋଲାମୁଣ୍ଡା ସ୍ଥିତ ସର୍ବ ମଙ୍ଗଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର କନିଷ୍ଠ କିରାଣି ଜକସନ୍ ମେହେରଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଜୟନ୍ତ କୁମାର ଜେନାଙ୍କ ସଭାପତିତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶିକ୍ଷାନୁଷ୍ଠାନର ଶିକ୍ଷକ ଓ ଅଣ ଶିକ୍ଷକ କର୍ମଚାରୀମାନେ ଜକସନ୍ ମେହେରଙ୍କ ଚାକିରି ଜୀବନର ଅନୁଭୁତି ବିଷୟରେ ଆଲୋକପାତ କରିଥିଲେ। ଏକ ଭାବ ବିହ୍ବଳ ପରିବେଶରେ ବିଦାୟୀ କର୍ମଚାରୀଙ୍କୁ ଅଧ୍ୟକ୍ଷ ଉତ୍ତରୀୟ ଓ ମାନପତ୍ର ଦେଇ ସମ୍ବର୍ଦ୍ଧନା ଜଣାଇଥିଲେ। ଅଧ୍ୟାପକ ଶାନ୍ତନୁ କୁମାର ପରିଡ଼ା କାର୍ଯ୍ୟକ୍ରମ ସଂଯୋଜନା କରିଥିବାବେଳେ ପ୍ରାଧ୍ୟାପକ ସରୋଜ କାନ୍ତ ରଥ ଧନ୍ୟବାଦ ଅର୍ପଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଶିକ୍ଷାନୁଷ୍ଠାନର ସମସ୍ତ ଶିକ୍ଷକ ଓ ଅଣ ଶିକ୍ଷକ କର୍ମଚାରୀ ଉପସ୍ଥିତ ରହିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.