ଓଡ଼ିଆ ବାର୍ତ୍ତା/ ଧର୍ମଗଡ଼ (ଲବଣୀ ରାଉତ): କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକ ପର୍ଲା ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଆଜି ବନ ମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଗଡ଼ ବ୍ଲକ ଅଧକ୍ଷା ବବିତା ପଟ୍ଟଯୋଶୀ, ସମ୍ମାନିତ ଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷା ଜୁଲି ମେହେର ଯୋଗଦେଇ ବୃକ୍ଷ ରୋପଣ କରିବା ସହ ବନ ମହେତ୍ସବ ପାଳନର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ବିଦ୍ୟାଳୟର ଛାତ୍ର ଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀମାନେ ଏଥିରେ ଉପସ୍ଥିତ ରହି ଅତିଥିମାନଙ୍କ ସହ ଚାରା ରୋପଣ କରିଥିଲେ।





