ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ରାଜ୍ୟରେ ବୁଷ୍ଟର ଡୋଜ ନେବା ପାଇଁ ଲୋକମାନେ ଆଗ୍ରହ ପ୍ରକାଶ କରୁ ନାହାନ୍ତି। ବର୍ତ୍ତମାନ ସୁଦ୍ଧ ରାଜ୍ୟର ୮୭ ପ୍ରତିଶତ ଲୋକେ ବୁଷ୍ଟର ଡୋଜ ନେଇ ନାହାନ୍ତି। ରାଜ୍ୟର ୨ କୋଟି ୮୨ ଲକ୍ଷ ଲୋକେ ବୁଷ୍ଟର ଡୋଜ ନେଇ ନାହାନ୍ତି। ଏହାକୁ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଉଦବେଗ ପ୍ରକାଶ କରାଯାଇଛି। ପରିବାର କଲ୍ଯାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତି ଯେ, ବର୍ତମାନ ସୁଦ୍ଧା କେବଳ ୪୨ ଲକ୍ଷ ୭୦ ହଜାର ୪୮୭ ଲୋକେ ବୁଷ୍ଟର ଡୋଜ ନେଇଛନ୍ତି। ଯାହାକି ମାତ୍ର ୧୩ ପ୍ରତିଶତ। ସେହିପରି ବର୍ତମାନ ସୁଦ୍ଧା ରାଜ୍ୟରେ ରାଜ୍ୟର ୨୫ ଲକ୍ଷ ଲୋକ ନେଇ ନାହାନ୍ତି ଦ୍ବିତୀୟ ଡୋଜ ଟିକା। କଟକ, ଖୋର୍ଦ୍ଧା, ଜଗତସିଂହପୁର, ସୁନ୍ଦରଗଡ଼, ପୁରୀ, ଅନୁଗୁଳ ଭଳି ଜିଲ୍ଲାରେ ପ୍ରଥମ ଡୋଜ ୯୦ ପ୍ରତିଶତରୁ କମ ଟିକା କରଣ ହୋଇଛି। ତେବେ କେନ୍ଦ୍ର ସରକାରଙ୍କ ଦ୍ବାରା ମାଗଣା କରାଯାଉଥିବା ଟିକାକରଣକୁ ଆଉ କମ ଦିନ ବାକିଥିବାରୁ ସମସ୍ତଙ୍କୁ ତୁରନ୍ତ ବୁଷ୍ଟର ଡୋଜ ନେବା ଲାଗି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ଅନୁରୋଧ କରିଛନ୍ତି। ରାଜ୍ୟରେ କୋଭିସିଲଡ ଟିକା କମ ରହିଥିବାରୁ ସ୍ବାସ୍ଥ୍ୟ ବିଭାଗ କେନ୍ଦ୍ରକୁ ଚିଠି ଲେଖିଛି।