ଶ୍ରମିକ ବୋଝେଇ ପିକଅପ ଭ୍ୟାନ ଦୁର୍ଘଟଣାଗ୍ରସ୍ତ

ଓଡ଼ିଆ ବାର୍ତ୍ତା/ ଧର୍ମଗଡ (ଲବଣୀ ରାଉତ): କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବିଜୁ ଏକ୍ସପ୍ରେସ ୱେ ନିକଟରେ ଶ୍ରମିକମାନଙ୍କୁ ଆଣି ଆସୁଥିବା ଏକ ପିକଅପ ଭ୍ୟାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଘର ଛାତ ପକେଇବା ପାଇଁ ଶ୍ରମିକ ମାନେ ଯାଉଥିବା ବେଳେ ଏହି ଦୁର୍ଘଟଣା ହୋଇଥିବା ସୂଚନା ରହିଛି । ପଲସ ପାଣିଗାଁରୁ ତେତଲିଆ ଗାଁ ଯାଉଥିବା ବେଳେ ପିକଅପ ଭେନ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଏଥିରେ ୪୦ ଜଣ ଶ୍ରମିକ ଥିବାବେଳେ ୩୬ ଜଣଙ୍କୁ ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ବେଳେ ୮ ଜଣଙ୍କୁ ଭବାନୀପାଟଣା ସ୍ଥିତ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.