ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଭବାନିପାଟଣା ସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ ଠାରେ ଜିଲ୍ଲା ସ୍ତରୀୟ ୭୬ ତମ ସ୍ବାଧିନତା ଦିବସ ପାଳିତ ହୋଇଯାଇଛି। ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବରେ ଯୋଜନା ଏବଂ ସଂଯୋଜନ ବିଭାଗର ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଦେଶ ପାଇଁ ବଳିଦାନ ଦେଇଥିବା ମହାପୁରୁଷମାନଙ୍କୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିବା ସହ କଳାହାଣ୍ଡି ମାଟିର ବରପୁତ୍ର ରେଣ୍ଡୋ ମାଝୀଙ୍କ ଅବଦାନ ସ୍ବାଧୀନତା ସଂଗ୍ରାମରେ ଗୁରୁତ୍ୱପୂର୍ଣ୍ଣ ଥିଲା ବୋଲି ସେ କହିଥିଲେ। ସଂର୍କିର୍ଣ୍ଣତା ଭେଦଭାବ ଭୁଲି ରାଜ୍ଯ ତଥା ଜିଲ୍ଲାର ଉନ୍ନତି ପଥରେ ଆଗେଇ ନେବାକୁ ଜନସାଧାରଣଙ୍କ ସହଯୋଗ କାମନା କରିଥିଲେ। ପରେ ଚଳିତ ବର୍ଷ ସିବିଏସ୍ଇ ଓ ଏଚ୍ଏସିଇ ପରିକ୍ଷାରେ ଜିଲ୍ଲାରେ ସର୍ବାଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏଥିରେ କୋରୋନାକୁ ଦୃଷ୍ଟିରେ ରଖି ଦର୍ଶକ ଓ ସ୍କୁଲ ଛାତ୍ରଛାତ୍ରୀମାନଙ୍କୁ ବାରଣ କରାଯାଇଥିଲା।