ନୟାଗଡ଼: ସେବା ସ୍ଵଧାର ଗୃହଠାରେ ଆଜାଦି କା ଅମୃତ ମହୋତ୍ସବ ପାଳନ

ଓଡ଼ିଆ ବାର୍ତ୍ତା/ ନୟାଗଡ଼: ନୟାଗଡ଼ ଜିଲ୍ଲାର ଅଗ୍ରଗାମୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ସେବା ଠାରେ “ସେବା ସ୍ଵଧାର ଗୃହ” ତରଫରୁ ଆଜାଦି କା ଅମୃତ ମହୋତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ଅଗଷ୍ଟ ମାସ ୧୩ରୁ ୧୫ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ଏହା ଆୟୋଜିତ ହୋଇଥିଲା।

Omkar Vasthu
Omkar Vasthu


ଉକ୍ତ କାର୍ଯ୍ୟକ୍ରମରେ ସେବା ର ସାଧାରଣ ସମ୍ପାଦକ ଅମରେନ୍ଦ୍ର କୁମାର ଦାସ ପରିଜା, ସେବାର ଉପ ସଭାପତି ସଞ୍ଜୟ କୁମାର ସୁବୁଦ୍ଧି, ସେବା ସ୍ଵଧାର ଗୃହର ତତ୍ତ୍ୱାବଧାରିକା ବନିତା ମଲ୍ଲିକ, ସ୍ଵଧାର ଗୃହର ପରାମର୍ଶଦାତ୍ରୀ ସରିତା ଆଚାର୍ଯ୍ୟଙ୍କ ପ୍ରତକ୍ଷ ତତ୍ବାବଧନରେ ସମ୍ପାଦିତ ହୋଇଛି।

Pearl dental clinic
Near Ashish Medical Store, Bhawanipatna


ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ସେବା ସ୍ଵଧାର ଗୃହ ତରଫରୁ ଅନ୍ତେବାସୀ ମାନଙ୍କୁ ନେଇ ଝୋଟି, ଚିତ୍ରାଙ୍କନ, ବକୃତା ଓ ସାଧାରଣ ଜ୍ଞାନ କୁଇଜ୍ ପ୍ରତିଯୋଗିତା ମଧ୍ୟ ଅନୁଷ୍ଠିତ ହୋଇଥିଲା। କୃତୀ ପ୍ରତିଯୋଗୀ ମାନଙ୍କୁ ସେବା ର ଉପସଭାପତି ସଞ୍ଜୟ କୁମାର ସୁବୁଦ୍ଧି ପୁରସ୍କାର ପ୍ରଦାନ କରିଥିଲେ। ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏହି କାର୍ଯକ୍ରମ ଅଗଷ୍ଟ ମାସ ୧୫ ତାରିଖ ଠାରୁ ଅକ୍ଟୋବର ମାସ ୨ ତାରିଖ ପର୍ଯ୍ୟନ୍ତ କାର୍ଯ୍ୟ ସୂଚୀ ଅନୁଯାୟୀ ଚାଲୁ ରହିବ। ଶେଷରେ ସେବା ସ୍ୱାଧର ଗୃହ ତରଫରୁ ସମସ୍ତ ଅଂଶଗ୍ରହଣକାରୀ ଓ ବିଚାରପତି ମାନଙ୍କୁ ଧନ୍ୟବାଦ ଅର୍ପଣ କରାଯାଇଥିଲା

Udyog Nursery
Udyogi Nursery

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.