ଭାଲୁ ଆକ୍ରମଣରେ ମହିଳା ଗୁରୁତର, ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତରିତ

ଓଡ଼ିଆ ବାର୍ତ୍ତା/ କୋକସରା (ହିରଣ୍ୟ ବେହେରା): କୋକସରା ବ୍ଲକ ଆମପାଣି ପଞ୍ଚାୟତ ପାତ୍ରବଶା ଗାଁ ଳର ମହିଳା କ୍ଷୀର ଚଳାନ ମଙ୍ଗଳବାର ସକାଳୁ ଜଙ୍ଗଲକୁ ଲାଗି ରହିଥିବା ନିଜ ଚାଷଜମିକୁ ଯାଉଥିବା ସମୟରେ ହଠାତ ଭାଲୁ ଆକ୍ରମଣ ର ଶିକାର ହୋଇଛନ୍ତି। ତାଙ୍କ ଚିତ୍କାର ଶୁଣି ଚାଷଜମିରେ କାମ କରୁଥିବା ଲୋକ ମାନେ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ସହାୟତାରେ କୋକସରା ଡାକ୍ତରଖାନାରେ ଆଣି ଭର୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବା କାରଣରୁ ତାଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ଆମପାଣି କନ୍ଦାଗଡ଼ ବିଟ ଜଙ୍ଗଲ ବିଭାଗ ଫରେଷ୍ଟ ଗାର୍ଡ କର୍ମଚାରୀ ପହଞ୍ଚି ତଦନ୍ତ ଜାରି ରଖିବା ସହ ଗୁରୁତର ମହିଳଙ୍କ ଚିକିତ୍ସା କରିବା ସହ ସରକାରୀ ନିୟମ ଅନୁସାରେ କ୍ଷତିପୂରଣ ଦିଆଯିବ ବୋଳି କହିଛନ୍ତି।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.