ନୂଆପଡା ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବଣ୍ଟନ କାର୍ଯ୍ୟକ୍ରମ 

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ବଲବସପୁର କ୍ଲଷ୍ଟର ଅଧିନ ସରକାରୀ ପ୍ରାଥମିକ ବିଦ୍ୟାଳୟ ନୂଆପଡ଼ା, ବୁଢିପଦର ଠାରେ ପୋଷାକ ବଣ୍ଟନ ଉତ୍ସବ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ମଗନଲାଲ ବୈଠାରୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାକ୍ସି ସରପଂଚ ଯେମନ୍ତ ପୋଢ, ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ଶତ୍ରୁଘ୍ନ ଧଙ୍ଗଡାମାଝୀ ଏବଂ ଓ୍ବାର୍ଡ ସଭ୍ୟା ତାରିଣୀ ଗଉଡ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ନୂତନ ପୋଷାକ ଓ ଜୋତା ବଣ୍ଟନ କରିବା ସହ ବିଦ୍ୟାଳୟରେ ନିୟମିତ ଉପସ୍ଥାନ, ସ୍ୱ-ଶିକ୍ଷଣ ସହ ବିଭିନ୍ନ କାର୍ଯ୍ୟକ୍ରମରେ ସକ୍ରିୟ ଅଂଶଗ୍ରହଣ କରିବା ନିମନ୍ତେ ଉତ୍ସାହିତ କରିଥିଲେ। ସହକାରୀ ଶିକ୍ଷକ ଜଗନ୍ନାଥ ରଣା କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିବାବେଳେ ଏସଏମସି ସଦସ୍ୟ ସଦସ୍ୟାମାନେ ଉପସ୍ଥିତ ଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.