ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ନିମନ୍ତେ ବେଗୁନିଆ ଓ ଖୋର୍ଦ୍ଧା ବିଧାୟକଙ୍କୁ ଦାବିପତ୍ର

ଓଡ଼ିଆ ବାର୍ତ୍ତା/ ଖୋର୍ଦ୍ଧା: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଏବଂ ଦିବ୍ୟାଙ୍ଗ ଶିକ୍ଷାର୍ଥୀ ପାଇଁ ପ୍ରତ୍ୟେକ ସାଧାରଣ ବିଦ୍ୟାଳୟରେ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ନିମନ୍ତେ ଓଡ଼ିଶା ସ୍ପେସିଆଲ୍ ଏଜୁକେଟର ଫେଡ଼େରସନ ଫର ଦିବ୍ୟାଙ୍ଗ ସଂଘ (ଓଏସ୍ଇଏଫଡ଼ି) ଖୋର୍ଦ୍ଧା ଜିଲ୍ଲା ତରଫରୁ ବେଗୁନିଆ ବିଧାୟକ ତଥା ଖୋର୍ଦ୍ଧା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ସାହୁ ଏବଂ ଖୋର୍ଦ୍ଧା ବିଧାୟକ ଜ୍ୟୋତିରିନ୍ଦ୍ର ନାଥ ମିତ୍ରଙ୍କୁ ଦାବି ପତ୍ର ପ୍ରଦାନ କରାଯାଇଛି। ମାନ୍ୟବର ବିଧାୟକ ଶ୍ରୀ ସାହୁ ଓ ଶ୍ରୀ ମିତ୍ର ଏହାକୁ ଗୁରୁତ୍ବ ଦେଇ ମାନ୍ୟବର ଗଣଶିକ୍ଷା ମନ୍ତ୍ରୀଙ୍କ ସହ ଆଲୋଚ଼ନା କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଦୁଇ ବିଧାୟକଙ୍କୁ ଦାବିପତ୍ର ପ୍ରଦାନ ସମୟରେ ଓଡ଼ିଶା ସ୍ପେସିଆଲ୍ ଏଜୁକେଟର ଫେଡ଼େରସନ ଫର ଦିବ୍ୟାଙ୍ଗ ସଂଘ ରାଜ୍ୟ କୋଷାଧ୍ୟକ୍ଷ ରୌପ୍ୟରଞ୍ଜନ ସାମନ୍ତରାୟ, ଜିଲ୍ଲା ସଭାନେତ୍ରୀ ଏଲୋରା ପ୍ରିୟଦର୍ଶିନୀ, ଯୁଗ୍ମ ସଂପାଦକ ଅଶ୍ବିନୀ ମୁଦୁଲି, ସଂଯୋଜକ ବିଶ୍ବବିଜୟୀ ଦାଶ, ସହ ସଂଯୋଜକ ସୁଶୀଲ କୁମାର ସାହୁ ଏବଂ ଆଇଟି ସେଲ ସଂଯୋଜିକା ପ୍ରିୟଙ୍କା ପ୍ରିୟଦର୍ଶିନୀଙ୍କ ସମେତ ସଦସ୍ୟ ମାନେ ଉପସ୍ଥିତ ଥିଲେ। ଦିବ୍ୟାଙ୍ଗ ମାନେ ସାଧାରଣ ବିଦ୍ୟାଳୟରେ ଶିକ୍ଷା ଗ୍ରହଣ କରୁଛନ୍ତି, ତାଙ୍କ ପାଇଁ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ହେଲେ ସେମାନେ ଭଲ ଭାବରେ ଶିକ୍ଷା ଗ୍ରହଣ କରି ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇପାରନ୍ତେ ବୋଲି ସଂଘ ପକ୍ଷରୁ କୁହାଯାଇଛି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.