ଖଳିଆଭଟ୍ଟା ଅନୁସୁଚିତ ଜାତି ଜନଜାତି ଜାତି ବିଦ୍ୟାଳୟଠାରେ ଜାତୀୟ କ୍ରୀଡା ଦିବସ

ଓଡ଼ିଆ ବାର୍ତ୍ତା/ ଜୟପାଟଣା (ଧନେଶ୍ଵର ପୁଞ୍ଜି): କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଖଳିଆଭଟ୍ଟା ଅନୁସୁଚିତ ଜାତି ଜନଜାତି ଜାତି ବିଦ୍ୟାଳୟଠାରେ ଜାତୀୟ କ୍ରୀଡା ଦିବସ ଉଦଯାପିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଉମାଶଙ୍କର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜୟପାଟଣା ବ୍ଲକ ଅଧ୍ୟକ୍ଷ ଥବିର ବାଗ ଓ ସମ୍ମାନିତ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ଶେଷଦେବ ବେହେରା ଯୋଗ ଦେଇଥିଲେ। ଏହି ପ୍ରତିଯୋଗିତାରେ ୨୦୦ଜଣ ପ୍ରତିଯୋଗି ଅଂଶ ଗ୍ରହଣ କରିଥିଲେ। କୃତି ପ୍ରତିଯୋଗିମାନଙ୍କୁ ଅତିଥିମାନେ ପୁରସ୍କାର ବିତରଣ କରିଥିଲେ। କ୍ରିଡା ଶିକ୍ଷକ କୃଷ୍ଣ ପ୍ରସାଦ ନାୟକ ଖେଳ ପରିଚାଳନା କରିଥିବାବେଳେ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀମାନେ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.