ଆମପାଣି ବୁଢ଼ାରଜା ଉଚ୍ଚ ବିଦ୍ୟାଳୟରେ ଗୁରୁଦିବସ ପାଳିତ

ଓଡ଼ିଆ ବାର୍ତ୍ତା/ କୋକସରା (ହିରଣ୍ୟ ବେହେରା): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଆମପାଣି ବୁଢାରଜା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ ଗୁରୁ ଦିବସ ପାଳିତ ହୋଇଯାଇଛି। ଆମପାଣି କ୍ଲଷ୍ଟର ଅନ୍ତର୍ଗତ ସମସ୍ତ ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ଉପସ୍ଥିତିରେ ଆୟୋଜିତ ଉକ୍ତ ଗୁରୁଦିବସ ପାଳନ କାର୍ଯ୍ୟକ୍ରମରେ ପ୍ରଧାନ ଶିକ୍ଷକ ଭାଗ୍ୟବାନ ବାଗ ସଭାପତିତ୍ୱ କରିଥିଲେ। ଏଥିରେ ମୂଖ୍ୟ ଅତିଥି ଭାବେ ଆମପାଣି ସରପଞ୍ଚ ରୁକ୍ମଣୀ ବାଣୁଆ, ମୂଖ୍ୟବକ୍ତା ଭାବରେ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଚିତ୍ତରଞ୍ଜନ ଠାକୁର, ସମ୍ମାନିତ ଅତିଥି ଭାବରେ ସିଆରସି ପ୍ରମୋଦ କୁମାର ପୁରୋହିତ, ଈଶ୍ୱରୀ ପ୍ରସାଦ ଅଗସ୍ତି, ଅଶ୍ୱିନୀ କୁମାର ଦାସ, ଅନିଲ କୁମାର ପଟ୍ଟନାୟକ ପ୍ରମୂଖ ମଞ୍ଚାସୀନ ହୋଇଥିଲେ।

ଶିକ୍ଷକ ଲୋକନାଥ ରାଉତ ମଞ୍ଚ ପରିଚାଲନା କରିଥଲେ। କ୍ଲଷ୍ଟରର ପ୍ରାୟ ୫୦ ଜଣ ଶିକ୍ଷକ, ଶିକ୍ଷୟିତ୍ରୀ ଏଥିରେ ଉପସ୍ଥିତ ଥିଲେ। ଏହି ଅବସରରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ଶିକ୍ଷକ, ଶିକ୍ଷୟିତ୍ରୀ ମାନଙ୍କୁ ବିଭିନ୍ନ ଉପଢୌକନ ଓ ଉପହାର ପ୍ରଦାନ କରାଯାଇଥିଲା।

 

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.