‘କଳାହାଣ୍ଡିରେ ପରିବେଶ ଅନୁକୂଳ ଚାଷ ବଞ୍ଚିଛି’

କଳାହାଣ୍ଡି କୃଷିର ବିକାଶରେ କୃଷକର ଭୂମିକା ଶିର୍ଷକ ଆଲୋଚନାଚକ୍ର

ଓଡିଆ ବାର୍ତ୍ତା/ କଳାହାଣ୍ଡି (ନବୀନ କିଶୋର ସାହୁ): ପ୍ରକୃତି କଳାହାଣ୍ଡିକୁ ଅମାପ ସମ୍ପଦ ଅଜାଡି ଦେଇଛି, କଳାହାଣ୍ଡି ଜିଲ୍ଲା ରତ୍ନଗର୍ଭା । କଳାହାଣ୍ଡିର ଚାଷୀ ପରିବେଶ ଅନୁକୂଳ ଚାଷ ବଞ୍ଚାଇ ପାରିଛି ବୋଲି “କଳାହାଣ୍ଡି କୃଷିର ବିକାଶରେ କୃଷକର ଭୂମିକା” ଆଲୋଚନାରେ ଭାଗନେଇ ଅତିଥି ମାନେ ମତ ପ୍ରକାଶ କରିଛନ୍ତି । କଳାହାଣ୍ଡି ମାଟିର ସୁଯୋଗ୍ୟ ସନ୍ତାନ ସ୍ଵନାମମଧାନ୍ୟ ଲେଖିକା, ସମ୍ପାଦିକା, ସଙ୍ଗଠିକା ତଥା ସମାଜସେବୀ ସୁନିତି ମୁଣ୍ଡଙ୍କ ଅଧ୍ୟକ୍ଷତାରେ କଳାହାଣ୍ଡି ବିକାଶ ପରିଷଦ ଆନୁକୂଲ୍ୟରେ ଜୁନାଗଡସ୍ଥିତ ଟାଉନହଳ ଠାରେ ଆୟୋଜିତ ଏହି ଆଲୋଚନା ଚକ୍ରରେ ଭାଗନେଇ ବିଶିଷ୍ଟ ସ୍ତମ୍ଭକାର ତଥା କୃଷି ବିଶେଷଜ୍ଞ ନଟବର ଖୁଣ୍ଟିଆ କଳାହାଣ୍ଡି ବାସ୍ତବରେ ରତ୍ନଗର୍ଭା ଓ ଏହାର ମୃତ୍ତିକାରେ ଧାନ ଚାଷ ଯେପରି ସଫଳ ହୋଇପାରିଛି ସେହିପରି ଚିନାବାଦାମ, କପା, ଆଖୁ, ମକା, ମାଣ୍ଡିଆ ଭଳି ଅର୍ଥକାରୀ ଫସଲ ଉତ୍ପାଦିତ ହୋଇ ପାରିବ ବୋଲି ପ୍ରକାଶ କରିଥିଲେ । କଳାହାଣ୍ଡିର ବାସନା ଚାଉଳର ଚାହିଦା ଓଡ଼ିଶା ତଥା ଦେଶ ବିଦେଶରେ ମଧ୍ୟ ରହିଛି । ଚାଷୀ ତାର ଉତ୍ପାଦିତ ସାମଗ୍ରୀର ପ୍ରକ୍ରିୟା କରିପାରିଲେ ନିର୍ଦ୍ଧାରିତ ମୂଲ୍ୟ ଠାରୁ ଅଧିକ ମୂଲ୍ୟ ପାଇପାରିବ ।ସେହିପରି କପାକୁ ନେଇ ଜିନିଙ୍ଗ ମିଲ ଆଦି ସ୍ଥାପନ କରାଗଲେ ଚାଷୀ ଉଚିତ ମୂଲ୍ୟ ପାଇ ପାରିବା ସହିତ ବେକାରୀ ସମସ୍ୟାର ସମାଧାନ ମଧ୍ୟ ହୋଇ ପାରିବ । ସ୍ଵତନ୍ତ୍ର କୃଷି ବିଦ୍ୟାଳୟ ସ୍ଥାପନ କରାଗଲେ ସ୍ଥାନୀୟ ଚାଷୀ ଅଧିକ ଉପକୃତ ହୋଇପାରିବେ ବୋଲି ଶ୍ରୀ ଖୁଣ୍ଟିଆ ମତବ୍ୟକ୍ତ କରିଥିଲେ । ଏହି ଆଲୋଚନାରେ ଭାଗନେଇ କଳାହାଣ୍ଡିର ଅନ୍ୟତମ ସୁଯୋଗ୍ୟ ସନ୍ତାନ ସମାଜସେବୀ ତଥା ଗବେଷକ ଜଗଦୀଶ ପ୍ରଧାନ ନିଜ ବକ୍ତବ୍ୟରେ କଳାହାଣ୍ଡିର ସଭ୍ୟତା ଓ କୃଷି ପରମ୍ପରା ଅତି ପ୍ରାଚୀନ ଏବଂ ଚତୁର୍ଥ-ପଞ୍ଚମ ଶତାବ୍ଦୀରେ ନିର୍ମିତ ବିଭିନ୍ନ ଜଳ ଭଣ୍ଡାର ତଥା ସାଗର ଏବଂ ପରବର୍ତ୍ତୀ ସମୟରେ ନିର୍ମିତ ଶିବ ମନ୍ଦିର ଓ ସେସବୁର ଚାରିପଟେ ବିକଶିତ କୃଷି ବ୍ୟବସ୍ଥା କଳାହାଣ୍ଡିର କୃଷି ଐତିହ୍ୟର ପ୍ରମାଣ ଦେଉଛି ବୋଲି ପ୍ରକାଶ କରିଥିଲେ । କଳାହାଣ୍ଡି ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅବିଭକ୍ତ କୋରାପୁଟ ଜିଲ୍ଲା ହିଁ ଧାନର ଉତ୍ପତି ସ୍ଥଳ ବୋଲି ବୈଜ୍ଞାନିକ ମାନେ ପ୍ରମାଣିତ କରିସାରିଥିବା ବେଳେ କଳାହାଣ୍ଡିର ଚାଷୀ ଜୈବ ବିବିଧତା ଏବଂ ପରିବେଶ ଅନୁକୂଳ ଚାଷ ବଞ୍ଚାଇ ରଖିଆସିଛନ୍ତି ବୋଲି ଶ୍ରୀ ପ୍ରଧାନ ମତବ୍ୟକ୍ତ କରିଥିଲେ । କଳାହାଣ୍ଡିର ଚାଷୀଙ୍କ ପାରମ୍ପରିକ ତଥା ଉନ୍ନତମାନର ଚାଷ କୌଶଳ ଯୋଗୁଁ ବିଭିନ୍ନ କିସମର ବାସନା ଧାନ ଏବଂ ବିଭିନ୍ନ ଗୁଣ ମାନର ଧାନ, ଡାଲି ଜାତୀୟ ଓ ତୈଳବୀଜ ଫସଲ ଆଦି ବିକଶିତ ହୋଇ ପାରିଛି ବୋଲି ଶ୍ରୀ ପ୍ରଧାନ ପ୍ରକାଶ କରିଥିଲେ । ସରକାରୀ ତଥ୍ୟ ଅନୁସାରେ ୧୯୩୮ ରୁ ୧୯୪୮ ମଧ୍ୟରେ ଚାରି ଥର ଅନାବୃଷ୍ଟି ଜନିତ ମରୁଡି ହୋଇଥିଲେ ହେଁ ବର୍ଷକର ଖାଦ୍ୟ ଶସ୍ୟ ସାଇତି ରଖିବା ପରମ୍ପରା ଯୋଗୁଁ ମରୁଡି ସମୟରେ ମଧ୍ୟ ଖାଦ୍ୟଭାବ ଦେଖା ଦେଇନଥିଲା । ବର୍ତମାନ ଇନ୍ଦ୍ରାବତୀ ଓ ଅନ୍ୟାନ୍ୟ ଜଳସେଚନ ବ୍ୟବସ୍ଥା ହେବାପରେ ଅତୀତରେ ଉଦ୍ଦେଶ୍ୟ ପ୍ରଣୋଦିତ କିମ୍ବା ଅଜ୍ଞତାରେ ପ୍ରଚାରିତ ହୋଇଥିବା ଭୋକର ଭୂଗୋଳ ବୋଲି କଳାହାଣ୍ଡିକୁ ଚିତ୍ରଣ କରାଯାଉଥିବା ବିଷୟକୁ ଭୁଲ ପ୍ରମାଣିତ କରିଥିବା ସ୍ପଷ୍ଟ ଜଣାପଡ଼ିଛି । ଅଶୀ ଦଶକରେ ଦୁର୍ଭିକ୍ଷ ସମୟରେ ଏସିଆରେ ସଂଗୃହୀତ ଧାନ ମଧ୍ୟରୁ ଏକ ତୃତୀୟାଂଶ ଧାନ କଳାହାଣ୍ଡିରୁ ସଂଗୃହୀତ ହୋଇଥିବା ପ୍ରକାଶ । ସ୍ଥାନୀୟ ଉଦ୍ୟୋଗପତି ତଥା ଚାଷୀ ଜନାର୍ଦନ ପଣ୍ଡା ଚାଷ ଉପରେ ଅନେକ ଉପାଦେୟ ଏବଂ ଅନୁଭୂତି ତଥ୍ୟ ଉପସ୍ଥାପନା କରିଥିଲେ । ବର୍ତମାନର ବ୍ୟବସ୍ଥା ଯୋଗୁଁ ହିଁ ଚାଷୀ ଅନେକ ହଇରାଣ ହରକତ ହେଉଥିବା ପ୍ରକାଶ କରିଥିଲେ । ଆଲୋଚନାରେ ସ୍ଥାନୀୟ ଚାଷୀ ତଥା ସଂଗଠକ ବିରଞ୍ଚି ପଣ୍ଡା ବର୍ତମାନର ବ୍ୟବସ୍ଥା ଯୋଗୁଁ ଚାଷୀ ର ଉନ୍ନତି ହୋଇପାରୁନ ଥିବା ଏବଂ ପ୍ରତିନିଧି ମାନେ ଅଣଦେଖା କରୁଥିବା ବିଷୟ ପ୍ରକାଶ କରିଥିଲେ । ବରିଷ୍ଠ ଚାଷୀ ଗଙ୍ଗାଧର ବେସରା ଓ ରଞ୍ଜିତ ପଣ୍ଡା ଗୋପାଳନ ମାଧ୍ୟମରେ କୃଷକ ମାନଙ୍କ ଦ୍ବାରା ଜୈବ ବିବିଧତା ପାଳନ ହେବ ଉପରେ ଆଲୋଚନା କରିଥିଲେ । ବର୍ତମାନ କୃଷକ ମାନଙ୍କ ବିକାଶ ପାଇଁ କୌଣସି ବ୍ୟବସ୍ଥା ନଥିବା ଶ୍ରୀ ପଣ୍ଡା ପ୍ରକାଶ କରିଥିଲେ । ସ୍ଥାନୀୟ ଚାଷୀ ରଶ୍ମୀ ରଞ୍ଜନ ନାୟକ, ଅଖିଳ ମେହେର ଆଲୋଚନାରେ ଅଂଶ ଗ୍ରହଣ କରି ଚାଷୀ ମାନମକ ବିଭିନ୍ନ ସମସ୍ଯା ଉପରେ ଆଲୋକପାତ କରିଥିଲେ । ଚାଷୀ ଶସ୍ୟ ଉତ୍ପାଦନ ପାଇଁ ପରିଶ୍ରମ କରିଥାଏ ସେତିକି ଲାଭ ପାଇ ପାରୁ ନଥିବା ଚାଷୀର ଉତ୍ପାଦିତ ସାମଗ୍ରୀର ମୂଲ୍ୟ ସରକାର ନିର୍ଦ୍ଧାରଣ କରୁଥିବା ହେତୁ ଚାଷୀ ସର୍ବଦା କ୍ଷତି ସହୁଥିବା ବିଷୟ ସ୍ଥାନୀୟ ଚାଷୀ ତଥା ସଂଗଠକ ଦୁଷ୍ମନ୍ତ କୁମାର ପଣ୍ଡା ପ୍ରକାଶ କରିଥିଲେ । ଆଲୋଚନାରେ ଅଂଶ ଗ୍ରହଣ କରି ଶ୍ରୀ ପଣ୍ଡା ଚାଷୀ ମାନଙ୍କ ପ୍ରମୁଖ୍ୟ ସମସ୍ୟା ସବୁର ଉପସ୍ଥାପନ କରିଥିବା ବେଳେ ଚାଷୀ ସଂଗଠିତ ହୋଇପାରୁ ନ ଥିବା ହେତୁ ସେଭଳି ଅସୁବିଧା ଓ ସରକାରୀ ଅଣଦେଖାର ଶିକାର ହେଉଥିବା ପ୍ରକାଶ କରିଥିଲେ । ଅନ୍ୟ ପକ୍ଷରେ ଚାଷୀର ଆୟ କମୁଥିବା ବେଳେ ସ୍ବାଭିମାନି ଚାଷୀ ସମ୍ମାନର ସହ ବଞ୍ଚିବାକୁ ସଂଘର୍ଷ କରିବାକୁ ପଡିଥାଏ ଏବଂ କୃଷିକୁ ଆଗାମୀ ଦିନରେ କୃଷି ଉଦ୍ୟୋଗରେ ପରିଣତ କଲେଯାଇ ଚାଷୀର ଆୟ ବୃଦ୍ଧି ହୋଇପାରିବ ଏବଂ ଚାଷୀ ହୀନ ମାନ୍ୟତାରୁ ରକ୍ଷା ପାଇ ପାରିବ ବୋଲି ଶ୍ରୀ ପଣ୍ଡା ମତ ବ୍ୟକ୍ତ କରିଥିଲେ । ଅନ୍ୟ ପକ୍ଷରେ ଅଙ୍ଗୁର ପେନ୍ଥାରେ ଥିବା ଅଙ୍ଗୁର ହୀନ ମୁଲ୍ୟବାନ ହୋଇଥିବାବେଳେ ଝଡ଼ିଥିବା ଅଙ୍ଗୁରର ମୂଲ୍ୟହୀନ ହୋଇ ଯାଉଥିବା ବିଷୟ ପ୍ରକାଶ କରି ଚାଷୀ ନିଜ ସମସ୍ଯାର ସମାଧାନ ପାଇ ଏବଂ ଉପଯୁକ୍ତ ବ୍ୟବସ୍ଥା ପାଇଁ ମତାମତ ଦେବାର ଯୋଜନା କରିବା ପାଇଁ ଏକଜୁଟ ହେବାକୁ ଶ୍ରୀ ପଣ୍ଡା ଆହ୍ବାନ ଜଣାଇଥିଲେ । ପ୍ରାରମ୍ଭରେ ଆଲୋଚନା ଚକ୍ରର ସୂଚନା ପ୍ରଦାନ କରି କଳାହାଣ୍ଡିର ସର୍ବାଙ୍ଗୀନ ଉନ୍ନତି କରିବାର ସଂକଳ୍ପ ନେଇ କଳାହାଣ୍ଡି ବିକାଶ ପରିଷଦ ଗଠିତ ହୋଇଥିବା ବିଷୟ ଅଧ୍ୟକ୍ଷା ଡଃ ସୁନିତି ମୁଣ୍ଡ ପ୍ରକାଶ କରିଥିଲେ । କଳାହାଣ୍ଡି ଏକ କୃଷିପ୍ରଧାନ ଅଞ୍ଚଳ ହୋଇଥିବାରୁ ଏବଂ ଏଠାକାର ଅଧିବାସୀ କୃଷି ଉପରେ ଅଧିକ ପ୍ରାଧାନ୍ୟ ଦେଇଥିବା ବେଳେ ଏହାର ଶୁଷ୍କ ବତାବରଣରେ ଚାଷୀ କିପରି ଅଧିକ ଉତ୍ପାଦନ କରିପାରିବେ ଏବଂ ନିଜ ଜୀବନଧାରାର ମନକୁ ସମୃଦ୍ଧ କରିପାରିବେ ସେ ନେଇ କଳାହାଣ୍ଡି ବିକାଶ ପରିଷଦ ଏଭଳି ଏକ ଆଲୋଚନାର ଆୟୋଜନ କରିଛି ବୋଲି ଡଃ ମୁଣ୍ଡ ପ୍ରକାଶ କରିଥିଲେ । ବରିଷ୍ଠ ଚାଷୀ ତଥା ସମାଜ ସେବି ଦେବଦତ୍ତ ପଣ୍ଡା ଏବଂ ଶିବରମ ରାଉତ ସହଯୋଗ କରିଥିବା ବେଳେ ଶତାଧିକ ଚାଷୀ ଏହି କାର୍ଯକ୍ରମରେ ଉପସ୍ଥିତ ଥିଲେ ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.