ତେନ୍ତଳିଖୁଣ୍ଟି ବ୍ଲକ ସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର

ଓଡି଼ଆ ବାର୍ତ୍ତା/ ନବରଙ୍ଗପୁର (କାମିନୀ ରଞ୍ଜନ ପାଣ୍ଡେ): ତେନ୍ତୁଳିଖୁଣ୍ଟି ପଞ୍ଚାୟତ ସମିତି କାର୍ଯ୍ୟାଳୟର ସଭା ଗୃହରେ ବ୍ଲକ ସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ବ୍ଲକର ବିଭିନ୍ନ ପ୍ରାନ୍ତରୁ ଆସିଥିବା ୪୫ ଜଣଙ୍କର ଅଭିଯୋଗ ପତ୍ର ପଞ୍ଜିକୃତ ହୋଇଥିଲା, ସେଥି ମଧ୍ୟରୁ ୦୯ ଗୋଟି ଗୋଷ୍ଠୀ ଗତ ହୋଇଥିବା ବେଳେ ୩୬ ଗୋଟି ବ୍ୟକ୍ତିଗତ ଆପତ୍ତି, ଅଭିଯୋଗ ଥିଲା । ଏଥିରେ ଆବଶ୍ୟକ ଡ଼ାକ୍ତରୀ ଚିକିତ୍ସା ସୁବିଧା, ବାର୍ଦ୍ଧକ୍ୟ ଭତ୍ତା, ପ୍ରଧାନ ମନ୍ତ୍ରୀ ଆବାସ, କର୍ମ ନିଯୁକ୍ତି, ଘର ଡିହ, ବେସାମରିକ ଯୋଗାଣ ବ୍ୟବସ୍ଥା, ଗ୍ରାମ ପଞ୍ଚାୟତ କାମର ବକେୟା ପାଉଣା ପାଇବା, ବ୍ୟାଙ୍କ ଋଣ ଯୋଗାଇଦେବା, ରାସ୍ତା ନିର୍ମାଣ ଓ ମରାମତି, ଡ୍ରେନ୍ ନିର୍ମାଣ, ପଞ୍ଚାୟତ ସମିତି ଷ୍ଟଲର ଭଡ଼ା ଆସୁଲି, ସ୍କୁଲ ଜମିର ଅନୁକମ୍ପା ରାଶି ପ୍ରଦାନ, ଟ୍ୟୁବ୍ ୱେଲ୍ ଖନନ, ଜମିଜମା ସଂକ୍ରାନ୍ତୀୟ ଇତ୍ୟାଦି ର ଆପତ୍ତି, ଅଭିଯୋଗ ଜିଲ୍ଲାପାଳ ଡକ୍ଟର କମଳ ଲୋଚନ ମିଶ୍ର ଶୁଣାଣୀ କରି ଏହାର ତୁରନ୍ତ ସମାଧାନ ପାଇଁ ଆବଶ୍ୟକ ପଦକ୍ଷେପ ନେବା ପାଇଁ ସଂପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ଡକ୍ଟର ମିଶ୍ର ନିର୍ଦ୍ଦେଶ ଦେଇଥିଲେ । ଏହି ଜନ ଶୁଣାଣୀ ଶିବିରରେ ଅନ୍ୟମାନଙ୍କ ମଧ୍ୟର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ମୁଖ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ, ରତ୍ନାକର ସାହୁ, ଉପ ଆରକ୍ଷୀ ଅଧିକ୍ଷକ ପାପଡ଼ା ହାଣ୍ଡି ଆଦିତ୍ୟ ସେନ, ପଞ୍ଚାୟତ ସମିତି ଅଧ୍ୟକ୍ଷା ନୀଳାଦ୍ରି ନାୟକ, ଗୋଷ୍ଠି ଉନ୍ନୟନ ଅଧିକାରୀ, ଦୁର୍ଯ୍ୟୋଧନ ଭୋଇ, ଅତିରିକ୍ତ ଜିଲ୍ଲା ଚିକିତ୍ସାଧିକାରୀ, ଡକ୍ଟର ନୀଳମଣି ଦିଲିପ୍ ଚାନ୍ଦ ବେହେରା, ଅଧିକ୍ଷଣ ଯନ୍ତ୍ରୀ ପୂର୍ତ୍ତ ବିଭାଗ ପ୍ରଫୁଲ୍ଲ କୁମାର ମିଶ୍ର, ଜିଲ୍ଲା ପଞ୍ଚାୟତ ଅଧିକାରୀ ଶିଶିର କୁମାର ପାଣି, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ସ୍ଵର୍ଣ୍ଣ ଲତା ବିଶ୍ୱାସ, ଜିଲ୍ଲା ବେସାମରିକ ଯୋଗାଣ ଅଧକାରୀ ସଞ୍ଜୀବ କୁମାର ସାହୁ, ଅଧିକ୍ଷଣ ଯନ୍ତ୍ରୀ ଗ୍ରାମ୍ୟ ଉନ୍ନୟନ ବିଭାଗ ରାଜେନ୍ଦ୍ର ପ୍ରସାଦ ଆଚାର୍ଯ୍ୟ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ, ଜି ଭେଙ୍କଟ ରେଡ୍ଡୀ, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ହଳଧର ନୀଆଳ, ଜିଲ୍ଲା ମତ୍ସ ଅଧିକାରୀ ଜଗଦୀଶ ରାଓ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ କୁମାର ପଟ୍ଟନାୟକଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ, ବ୍ଲକ କର୍ମଚାରୀ ପ୍ରମୁଖ ଯୋଗଦେଇଥିଲେ ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.