ଗାଁ କଲ୍ଯାଣ ସମିତି ଗୁଡିକ ଶିଶୁ ମଙ୍ଗଳ ଓ ଶିଶୁ ସୁରକ୍ଷା କମିଟି ଭାବରେ କାର୍ଯ୍ୟ କରିବ

ଓଡି଼ଆ ବାର୍ତ୍ତା / ନବରଙ୍ଗପୁର (କାମିନୀ ରଞ୍ଜନ ପାଣ୍ଡେ): ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଆଜି ନବରଙ୍ଗପୁର ଜିଲ୍ଲା ପ୍ରଶାସନ ତରଫରୁ ଶିଶୁଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ଏହି ଉଦ୍ଦେଶ୍ୟରେ ଜିଲ୍ଲାରେ ଶିଶୁମାନଙ୍କର ସୁରକ୍ଷା ଓ ବିକାଶ ଦିଗରେ କାର୍ଯ୍ୟ କରୁଥିବା ଚାରିଟି କମିଟି ଯଥା; ଜିଲ୍ଲା ସ୍ତରୀୟ ଶିଶୁ ସୁରକ୍ଷା କମିଟି, କିଶୋରୀ ସଶକ୍ତିକରଣ ଓ ବାଲ୍ୟବିବାହ ପ୍ରତିରୋଧ ଟାସ୍କ ଫୋର୍ସ, ଶିଶୁ ଶ୍ରମିକ ନିରାକରଣ ଏବଂ ଚାଇଲ୍ଡ ଲାଇନ ପରାମର୍ଶଦାତା କମିଟିର ମିଳିତ ବୈଠକ ଆଜି ଜିଲ୍ଲାପାଳ ଡଃ କମଳ ଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ମିଶନ ଶକ୍ତି ସଭା ଗୃହରେ ଅନୁଷ୍ଠିତ ଏହି ମିଳିତ ବୈଠକରେ ଜିଲ୍ଲାପାଳ ଡଃ ମିଶ୍ର ଅଧ୍ୟକ୍ଷତା କରି କହିଲେ ଯେ ଜିଲ୍ଲାରେ ବିଭିନ୍ନ ବିଭାଗ ଗୁଡିକ ମଧ୍ୟରେ ଉତ୍ତମ ସମ୍ପର୍କ ରଖି , ସମସ୍ତ ଶିଶୁ ମାନଙ୍କୁ ସୁରକ୍ଷା ଦେବା ସହିତ ନବରଙ୍ଗପୁର ଜିଲ୍ଲାକୁ ବାଲ୍ୟ ବିବାହ ମୁକ୍ତ କରିବା ଦିଗରେ ଏହି ସମନ୍ଵୟ ବୈଠକ ସହାୟକ କରି ପାରିବ । ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଜିଲ୍ଲାରେ ଥିବା ଗାଁ କଲ୍ଯାଣ ସମିତି ଗୁଡିକ ଶିଶୁ ମଙ୍ଗଳ ଓ ଶିଶୁ ସୁରକ୍ଷା କମିଟି ଭାବରେ କାର୍ଯ୍ୟ କରିବା ସହିତ, ଏହି କମିଟିର ବୈଠକ ସମସ୍ତ ରାଜସ୍ୱ ଗ୍ରାମ ଗୁଡିକରେ କରାଯିବା ପାଇଁ ଜିଲ୍ଲାପାଳ ଡଃ ମିଶ୍ର ନିର୍ଦ୍ଦେଶ ଦେଇଛନ୍ତି । ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟ୍ଟନାୟକ ବୈଠକ ପ୍ରାରମ୍ଭରେ ସୂଚନା ଦେଇ କହିଥିଲେ ଯେ, ଜିଲ୍ଲାରେ ୧୦ ବ୍ଲକ ଓ ୧୮୯ ଟି ଗ୍ରାମ ପଞ୍ଚାୟତ ସ୍ତରରେ ଅନୁରୂପ ଭାବରେ ବ୍ଲକ ଓ ପଞ୍ଚାୟତ ସ୍ତରରେ ଶିଶୁ ସୁରକ୍ଷା କମିଟି, କିଶୋରୀ ସଶକ୍ତିକରଣ ଓ ବାଲ୍ୟବିବାହ ପ୍ରତିରୋଧ ଟାସ୍କ ଫୋର୍ସ, ଶିଶୁ ଶ୍ରମିକ ନିରାକରଣ କମିଟିର ବୈଠକ ଅନୁଷ୍ଠିତ ହୋଇଛି । ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ସ୍ଵର୍ଣ୍ଣଲତା ବିଶ୍ବାସ ବୈଠକ ଉଦେଶ୍ୟ ଜ୍ଞାପନ କରିବା ସହିତ ଚଳିତ ବର୍ଷ ଜିଲ୍ଲାରେ ମୋଟ ୨୨୫ ଗୋଟି ବାଲ୍ୟବିବାହକୁ ବନ୍ଦ କରାଯିବା ସହିତ, ଆଜି ପର୍ଯ୍ୟନ୍ତ ୪୫୫ ଟି ରାଜସ୍ୱ ଗ୍ରାମ ଓ ୪୨୬ ପଡାଗ୍ରାମ କୁ ମିଶାଇ ମୋଟ ୮୮୧ ଗ୍ରାମକୁ ପ୍ରଶାସନ ତରଫରୁ ବାଲ୍ୟବିବାହ ମୁକ୍ତ ଗ୍ରାମ ଭାବରେ ଘୋଷଣା କରାଯିବା ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ, ଜିଲ୍ଲା ସମାଜ କଲ୍ଯାଣ ବିଭାଗ, ୟୁନିସେଫ ଓ ଆକ୍ସନଏଡର ମିଳିତ ପ୍ରୟାସରେ ଏକ ଯୋଜନାବଦ୍ଧ କାର୍ଯ୍ୟକ୍ରମ ପ୍ରସ୍ତୁତି କରାଯାଇ ଗ୍ରାମ ଗୁଡିକରେ ସଚେତନତା କାର୍ଯ୍ୟକ୍ରମ ଚାଲୁଥିବାର ସୂଚନା ଦେଇଥିଲେ । ପରେ ପରେ ଆକ୍ସନଏଡର ଜିଲ୍ଲା ପରାମର୍ଶଦାତା ଫକିର ଚରଣ ରାଉତ ଶିଶୁ ମାନଙ୍କର ସୁରକ୍ଷା ଓ ବାଲ୍ୟ ବିବାହର ସମାପ୍ତ ଉଦ୍ଦେଶ୍ୟରେ ଜିଲ୍ଲାରେ ନିଆଯାଇ ଥିବା ବିଭିନ୍ନ ପଦକ୍ଷେପ ଓ ଆଗାମୀ ଦିନର କାର୍ଯ୍ୟ କ୍ରମ ଉପରେ ବୈଠକରେ ଉପସ୍ଥାପନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଶିଶୁମଙ୍ଗଳ ସମିତିର ଅଧକ୍ଷ ଦିବାକର ବାହୁକ, ଡ଼ିଏସପି ଚନ୍ଦ୍ରଶେଖର ହୋତା, ଜିଲ୍ଲା ମଙ୍ଗଳ ଅଧିକାରୀ ସୃମତି ରଞ୍ଜନ ସାମନ୍ତରାୟ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର, ଡା ମଳୟ ତ୍ରିପାଠୀ, ସହକାରୀ ଶିକ୍ଷା ଅଧିକାରୀ ବିଶ୍ଵନାଥ ସାହୁ, ସହକାରୀ ଶ୍ରମ ଅଧିକାରୀ ଛୋଟରାୟ ଟୁଡୁ, ସହାୟକ ଯୋଗାଣ ଅଧିକାରୀ ଲକ୍ଷ୍ମଣ ରାଓ, ବାଲ୍ୟବିବାହ ନିଷେଧ ଅଧିକାରୀ ସୁନିତା ଦେବୀ ତ୍ରିପାଠୀ, ଏସେ ଗୀତା, ଶୈଳେନ୍ଦ୍ରି ମହାନନ୍ଦ, ଯମୁନା ଭତ୍ରା, ଗୀତା ମହାରଣା, ବିରଜା ମୋହିନୀ ପାଙ୍ଗି, କାଞ୍ଚନ ପଣ୍ଡା, ଗୀତାଞ୍ଜଳି ମିଶ୍ର, ସୁରମା ମହାପାତ୍ର , ପ୍ରୋଟେସ୍କନ ଅଫିସର ବଳାପଦ୍ମା, ଚାଇଲ୍ଡ ଲାଇନ ସଂଯୋଜକ ରବିନ୍ଦ୍ର ପ୍ରଧାନ, ୱାନଷ୍ଟପ କେନ୍ଦ୍ରର କର୍ମର କର୍ତ୍ତା ପ୍ରମୁଖ ଉପସ୍ତିତ ରହିବା ସହିତ ଆଲୋଚନାରେ ଅଂଶଗ୍ରହଣ କରି ଜିଲ୍ଲାରେ ଶିଶୁଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ, ଶିଶୁ ଶ୍ରମିକ ନିରାକରଣ ଏବଂ ବାଲ୍ୟ ବିବାହର ସମାପ୍ତ ଦିଗରେ ନିଜର ମତାମତ ପ୍ରଦାନ କରିଥିଲେ । ଶେଷରେ ସହାୟକ ସମାଜ କଲ୍ଯାଣ ଅଧିକାରୀ ମଧୁସୂଦନ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.