ନେହେରୁ ଯୁବକେନ୍ଦ୍ର କଳାହାଣ୍ଡି ପକ୍ଷରୁ ଗୋଲାମୁଣ୍ଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଇନଟେନସିଭ ସ୍ଵେଚ୍ଛାସେବୀ କାର୍ଯ୍ୟକ୍ରମ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ସୁଶାନ୍ତ କୁମାର ଦଳେଇ): ଭାରତ ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ଅଧିନସ୍ତ ଶାଖା ନେହେରୁ ଯୁବ କେନ୍ଦ୍ର କଳାହାଣ୍ଡି ଓ ସର୍ବ ମଙ୍ଗଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ମିଳିତ ଉଦ୍ୟମରେ ଇନଟେନସିଭ ସ୍ୱଚ୍ଛାସେବୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି ।

ଗୋଲାମୁଣ୍ଡା ସ୍ଥିତ ସର୍ବ ମଙ୍ଗଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ସର୍ବ ମଙ୍ଗଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଓଡିଆ ବିଭାଗ ପ୍ରଫେସର ପ୍ରତାପ କୁମାର ନାୟକ ଓ କ୍ରୀଡା ଶିକ୍ଷକ ସନ୍ତୋଷ କୁମାର ବାରିକ ଯୋଗଦେଇ ଉପସ୍ଥିତ ସମସ୍ତ ଛାତ୍ରଛାତ୍ରୀଙ୍କୁ ଏହି କାର୍ଯ୍ୟକ୍ରମର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ବିଷୟରେ ବିଶଦ ଭାବେ ଆଲୋକପାତ କରିଥିଲେ ‌।

ଏହାସହ ସାମାଜ ପାଇଁ କିଛି କରିବା ନିମନ୍ତେ ଛାତ୍ରଛାତ୍ରୀଙ୍କୁ ମାର୍ଗଦର୍ଶନ ଦେଇଥିଲେ । ସ୍ବେଚ୍ଛାସେବୀ କାମ ତଥା ବୃ୍ଷରୋପଣ, ରକ୍ତଦାନ, ସ୍ୱଚ୍ଛତା କାର୍ଯ୍ୟକ୍ରମରେ ଆଗ୍ରହ ହୋଇ ଅଧିକରୁ ଅଧିକ ସମୟ ସମାଜ ପାଇଁ ସମୟ ଦେବା ପାଇଁ ଛାତ୍ରଛାତ୍ରି ମତ ପ୍ରକାଶ କରିଥିଲେ ।‌ ନେହେରୁ ଯୁବକେନ୍ଦ୍ର କଳାହାଣ୍ଡିର ସ୍ବେଛାସେବୀ ଛବିଲାଲ ତାଣ୍ଡି ଓ ସର୍ବ ମଙ୍ଗଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଶିକ୍ଷା ବିଭାଗର ଶାନ୍ତନୁ କୁମାର ପରିଡ଼ା କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.