ଶ୍ରୀଧର ସମର୍ଲିଆ ଫାଉଣ୍ଡେସନ ପକ୍ଷରୁ ପୁରସ୍କାର ବିତରଣ ସମାରୋହ

ଓଡ଼ିଆ ବାର୍ତ୍ତା/ ଚାରବାହାଲ: ଚାରବାହାଲ କୃପାସିନ୍ଧୁ ହାଇସ୍କୁଲ ପ୍ରାଙ୍ଗଣରେ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ଶ୍ରେଷ୍ଠ ବିବେଚିତ ହୋଇଥିବା ଛାତ୍ରଛାତ୍ରୀଙ୍କୁ ଶ୍ରୀଧର ସମର୍ଲିଆ ଫାଉଣ୍ଡେସନ ପକ୍ଷରୁ ପୁରସ୍କାର ବିତରଣ କରାଯାଇଛି । ଏନେଇ ଆୟୋଜିତ ସମାରୋହରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ଜେଲ ଅଧିକ୍ଷକ ଧୀମାନ୍ ପ୍ରେମାନନ୍ଦ ବାଗ ଯୋଗଦେଇ କୃତୀ ଛାତ୍ରମାନଙ୍କୁ ପୁରସ୍କାର ବିତରଣ କରିଥିଲେ । ଫାଉଣ୍ଡେସନର ପ୍ରତିଷ୍ଠାତା ସାମ୍ବାଦିକ ତଥା ସମାଜସେବୀ ରଜନୀକାନ୍ତ ସମର୍ଲିଆ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିବା ବେଳେ ପ୍ରଧାନ ଶିକ୍ଷକ ଦେବରାଜ ଗହୀର କାର୍ଯ୍ୟକ୍ରମର ଅଧ୍ୟକ୍ଷତା କରିଥିଲେ । ମୁଖ୍ୟ ଅତିଥି ଶ୍ରୀ ବାଗ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେଇ ଉଚ୍ଚଶିକ୍ଷା ପାଇଁ ନିଜକୁ ମନୋନିବେଶ କରିବାକୁ ପରାମର୍ଶ ଦେଇଥିଲେ । ଏହା ସହିତ ଛାତ୍ରୀ ମାନଙ୍କୁ ଶିକ୍ଷାର ଜନନୀ ମାତା ସାବିତ୍ରୀ ବାଈଫୁଲେଙ୍କ ଅବଦାନ ସମ୍ପର୍କରେ ଆଲୋକପାତ କରିଥିଲେ । ସେହିପରି ଫାଉଣ୍ଡେସନର ପ୍ରତିଷ୍ଠାତା ଶ୍ରୀ ସମର୍ଲିଆ ଆଗାମୀ ଦଶମ ଶ୍ରେଣୀ ପରୀକ୍ଷାରେ ବିଦ୍ୟାଳୟର ଛାତ୍ର ଜିଲ୍ଲା ଟପ୍ପର ହେଲେ ଦଶ ହଜାର ଟଙ୍କା ପୁରସ୍କାର ପ୍ରଦାନ କରିବାକୁ ପ୍ରତିଶୃତି ଦେଇଥିଲେ । ପ୍ରଧାନ ଶିକ୍ଷକ ଶ୍ରୀ ଗହୀର ଛାତ୍ରଛାତ୍ରୀଙ୍କୁ କଠିନ ପରିଶ୍ରମ କରି ବିଦ୍ୟାଳୟର ସୁନାମ ଅର୍ଜନ କରିବାକୁ ନିଜ ବକ୍ତବ୍ୟରେ ପ୍ରକାଶ କରିଥିଲେ । କାର୍ଯ୍ୟକ୍ରମକୁ ହିନ୍ଦୀ ଶିକ୍ଷକ ଭଜମନ ସାଗରଙ୍କ ସମେତ ଅନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ତଥା ଅନ୍ୟାନ୍ୟ ସହକର୍ମୀ ସକ୍ରିୟ ଭାବେ ସହଯୋଗ କରିଥିବା ବେଳେ ବିଜ୍ଞାନ ଶିକ୍ଷକ ସତ୍ୟଜିତ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.