ଜିଲ୍ଲାସ୍ତରୀୟ ଜାତୀୟ ସ୍ଵେଚ୍ଛାକୃତ ରକ୍ତଦାନ ଦିବସ

ଓଡ଼ିଆ ବାର୍ତ୍ତା/ ସୋନପୁର (ସର୍ଜନ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ସ୍ଵାସ୍ଥ୍ୟ ସମିତି ତରଫରୁ ଜିଲ୍ଲାସ୍ତରୀୟ ଜାତୀୟ ସ୍ଵେଚ୍ଛାକୃତ ରକ୍ତଦାନ ଦିବସ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସ୍ଥିତ ତାଲିମ କେନ୍ଦ୍ରଠାରେ ପାଳିତ ହୋଇଯାଇଛି । ରକ୍ତଦାତା ହିଁ ଜୀବନଦାତା ବୋଲି ଏହି ଅବସରରେ ବିଶିଷ୍ଟ ବ୍ୟକ୍ତିମାନେ ମତ ପ୍ରଦାନ କରିଛନ୍ତି । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଅଧୀକ୍ଷକ ଡାକ୍ତର ପ୍ରଦୀପ କୁମାର ଗୁରୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଅତିଥିଭାବେ ଯୋଗଦେଇ ଅତିରିକ୍ତ ଜିଲ୍ଲା ଜନସ୍ଵାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ) ଡାକ୍ତର ଦୈତ୍ୟ ନାରାୟଣ ପାଢୀ ସମସ୍ତଙ୍କୁ ରକ୍ତଦାନ ପାଇଁ ଆଗେଇ ଆସିବାକୁ ଆହ୍ଵାନ ଦେଇଥିଲେ । ଜିଲ୍ଲା ରକ୍ତ ଭଣ୍ଡାର ଅଧିକାରୀ ଡାକ୍ତର ଦୁର୍ଗାଦତ୍ତ ଦାଶ ରକ୍ତଦାନର ମହତ୍ଵ ଉପରେ ନିଜର ବକ୍ତବ୍ୟ ରଖିବା ସହ ଚଳିତ ବର୍ଷ ୫୯ ଟି ରକ୍ତଦାନ ଶିବିର ଆୟୋଜିତ ହୋଇ ସାରିଥିବା କଥା ଉଲ୍ଲେଖ କରିଥିଲେ । ଗୋଷ୍ଠୀ ପ୍ରକ୍ରିୟା ସହକାରୀ ପରିଚାଳକ ତରଣୀସେନ ପ୍ରଧାନ ଆଶା ଓ ଅଙ୍ଗନୱାଡ଼ି କର୍ମୀମାନେ ରକ୍ତଦାନ ମହତଦାନର ବାର୍ତ୍ତା ଗୋଷ୍ଠୀ ସ୍ତରକୁ ପହଞ୍ଚିାଇବା ଉଚିତ ବୋଲି କହିଥିଲେ । ଏହି ଅବସରରେ ଜିଲ୍ଲା ରକ୍ତ ଭଣ୍ଡାର ଠାରେ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା । ସମଗ୍ର କାର୍ଯ୍ୟକ୍ରମକୁ ସହକାରୀ ଜିଲ୍ଲା ଜନସ୍ଵାସ୍ଥ୍ୟ ଯୋଗାଯୋଗ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ସାହୁ ସଂଯୋଜନା କରିଥିବା ବେଳେ ସ୍ଵାସ୍ଥ୍ୟ ପରିଦର୍ଶକ ପ୍ରମୋଦ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.