ସ୍ୱାମୀ ବିବେକାନନ୍ଦ ପବ୍ଲିକ ସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ମହାନ ସ୍ୱାଧୀନତା ସଂଗ୍ରାମୀ, ସେବା ଓ ତ୍ୟାଗର ମୂର୍ତ୍ତିମନ୍ତ ପ୍ରତୀକ ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀ ଓ ମହାନ ଜନନାୟକ, ଭୂତପୂର୍ବ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ଭବାନୀପାଟଣା ସ୍ଥିତ ସ୍ୱାମୀ ବିବେକାନନ୍ଦ ପବ୍ଲିକ ସ୍କୁଲ ପରିସରରେ ପାଳିତ ହୋଇଯାଇଛି । ପ୍ରଶାନ୍ତ କୁମାର ମିଶ୍ର, ଡିପିଏମ,(ଓଏଲଏମ) ମୁଖ୍ୟ ଅତିଥି ରୂପେ ଯୋଗଦେଇଥିବା ବେଳେ ସ୍କୁଲର ଅଧ୍ୟକ୍ଷ ତଥା ପ୍ରତିଷ୍ଠାତା ଡ଼. ଶିବରାମ ନାୟକ ଓ ବରିଷ୍ଠ ଚିତ୍ରଶିଳ୍ପୀ ମୁକୁନ୍ଦ ରେଡ୍ଡୀ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇ ପ୍ରତେକ ଛାତ୍ରଛାତ୍ରୀ ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହେବା ସହ ରାଷ୍ଟ୍ରଗଠନରେ ସାମିଲ ହେବା ପାଇଁ ଆହ୍ୱାନ ଦେଇଥିଲେ । ଶିକ୍ଷୟିତ୍ରୀ ମିକୁମିକ୍ସ ନାଏକ ସଭା ପରିଚାଳନା କରିଥିଲା ବେଳେ ଶିକ୍ଷୟତ୍ରୀ ଗୀତାଞ୍ଜଳି ସାହୁ ଧନ୍ୟବାଦ ଦେଇଥିଲେ । ମହାତ୍ମାଗାନ୍ଧୀ ଓ ଲାଲ ବାହାଦୂର ଶାସ୍ତ୍ରୀଜୀଙ୍କ ଫୋଟୋ ଚିତ୍ରରେ ପୁଷ୍ପମାଲ୍ୟ ଦେଇ ସଭା ଆରମ୍ଭ କରାଯାଇଥିଲା । ଶିକ୍ଷକ ବସନ୍ତ ନାଏକ, ତପନ ନାଏକ, ବୃଷଭ ଦାସ, ବିକାଶ ଦାସ, ସୁଶାନ୍ତ ନାଏକ, ନରେଶ ସୁନାନୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.