ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ଉପରେ ସଚେତନତା କାର୍ଯ୍ୟକ୍ରମ

ଓଡ଼ିଆ ବାର୍ତ୍ତା/ କୋକସରା (ହିରଣ୍ୟ ବେହେରା): କୋକସରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଲଡୁଗାଁ ହାଇୟର ସେକେଣ୍ଡେରି ସ୍କୁଲ ସହଭାଗୀତାରେ ଆଜି ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ସଚେତନତା ରେଲି ଓ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ କଲେଜ ଅଧ୍ୟକ୍ଷ ଡ଼. ନିହାରକାନ୍ତ ପଣ୍ଡା ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଲଡୁଗାଁ ସ୍ୱାସ୍ଥ୍ୟ କେନ୍ଦ୍ରର ଡ଼. ରଜତ ସୌମ୍ୟ ଅନୁରାଗ ଯୋଗ ଦେଇଥିଲେ । ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ଚିଦାନନ୍ଦ ପଣ୍ଡା କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । କଲେଜର ଅଧ୍ୟାପକ ପ୍ରେମାନନ୍ଦ ସାହା, ହେମନ୍ତ ସେନାପତି, ଖେଳ ଶିକ୍ଷକ ବିରେନ୍ଦ୍ର ଦାସ, ପ୍ରଶାନ୍ତ ଯୋଶୀ, ଭାରତ ଭୂଷଣ ଠାକୁର, ବିଭୁ ସାହୁ ସମେତ ସ୍ୱାସ୍ଥ୍ୟ କେନ୍ଦ୍ରର କର୍ମଚାରୀ କେତନ ପାତ୍ର, ପୁଷ୍ପାଳତା ଦୋରା, ସ୍ୱାସ୍ଥ୍ୟ କର୍ମୀ, ଆଶା କର୍ମୀ ପ୍ରମୁଖ ଉପସ୍ଥିତ ରହିଥିଲେ ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

କାର୍ଯ୍ୟକ୍ରମକୁ ୟୁଥ ରେଡ଼କ୍ରସର ପରାମର୍ଶ ଦାତା ତଥା ଅଧ୍ୟାପକ ସଞ୍ଜୟ କୁମାର ପୁରୋହିତ ପରିଚାଳନା କରିଥିଲେ । ଏହି ଅବସରରେ ଛାତ୍ରଛାତ୍ରୀ ଙ୍କ ମଧ୍ୟରେ ମାନସିକ ରୋଗର ବିଭିନ୍ନ ଦିଗକୁ ନେଇ ସାଧାରଣ ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ଓ କୃତି ଛାତ୍ରଛାତ୍ରୀଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ । ଏହି ଅବସରରେ ଏକ ସଚେତନତା ରେଲି ଲଡୁଗାଁ ସହର ପରିକ୍ରମା କରି ମାନସିକ ରୋଗ ନିରାକରଣକୁ ନେଇ ସମସ୍ତଙ୍କୁ ସଚେତନତାର ବାର୍ତ୍ତା ଦେଇଛନ୍ତି ।

Udyog Nursery
Udyogi Nursery

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.