ମ.ରାମପୁର ବିଜେଡି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ରକ୍ତଦାନ ଶିବିର

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ହେମନ୍ତ ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ ଅବସରରେ କଳାହାଣ୍ଡି ଜିଲ୍ଲା ଏମ.ରାମପୁର ବ୍ଳକ ବିଜୁ ଜନତା ଦଳ ପକ୍ଷରୁ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନର୍ଲା ବିଧାୟକ ଭୂପିନ୍ଦର ସିଂହ ଯୋଗ ଦେଇଥିଲେ । ଏହି ରକ୍ତଦାନ ଶିବିରରେ ସରକାରୀ, ବେସରକାରୀ ଅନୁଷ୍ଠାନର କର୍ମକର୍ତ୍ତା, ବିଜୁ ଯୁବ ଜନତା ଦଳ, ବିଜୁ ମହିଳା ଜନତା ଦଳ, ବିଜୁ ଛାତ୍ର ଜନତା ଦଳ ଓ ସ୍ଥାନୀୟ ଜନସାଧାରଣ ଯୋଗ ଦେଇ ସ୍ୱଛାକୃତ ରକ୍ତଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ, ଏମ.ରାମପୁର ବ୍ଳକ ଅଧ୍ୟକ୍ଷା ମନ୍ଦାକିନୀ ସିଂଦେଓ, ଜିଲ୍ଲା ମହିଳା ବିଜୁ ଜନତା ଦଳ ସଭାନେତ୍ରୀ ଲଳିତା ନାଏକ, ମ.ରାମପୁର ବ୍ଳକ ସଭାପତି ଗୋବିନ୍ଦ ପ୍ରସାଦ ଶତପଥୀ, କର୍ଲାମୁଣ୍ଡା ବ୍ଲକ ସଭାପତି ସୁରେନ୍ଦ୍ର ସାହୁ, ମ.ରାମପୁର ବିଜୁ ଯୁବ ଜନତା ଦଳ ସଭାପତି ସତ୍ୟ ନାରାୟଣ ସାହୁ, ସରପଞ୍ଚ ବୀଣାପାଣି ସାହୁ, ଯୁବ ନେତା ବିକାଶ ରଂଜନ ସିଂହଦେଓ, ଦେବେନ୍ଦ୍ର ପୋଢ଼, ଶୁଭମ ମହାନ୍ତି, ମ.ରାମପୁର ପଞ୍ଚାୟତ ସଭାପତି ପ୍ରଦୀପ ପାଣିଗ୍ରାହୀ, ଛାତ୍ର ସଭାପତି ସୋମନାଥ ବାରିକ, କର୍ଲାମୁଣ୍ଡା ଯୁବ ସଭାପତି ସଙ୍ଗୀତ ଭୋଇ, ଛାତ୍ର ସଭାପତି ସଲିମ ଶେଖର ରଣା, ପ୍ରମୁଖ ଉପସ୍ଥିତ ଥିଲେ । ଏଥିରେ ୧୯୧ ୟୁନିଟ ରକ୍ତ ସଂଗ୍ରହ କରା ଯାଇଥିଲା ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.