ଲାଞ୍ଜିଗଡ଼ରୋଡ଼ଠାରେ ସାପ୍ତାହିକ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଲାଞ୍ଜିଗଡ଼ ବ୍ଲକ ପ୍ରଶାସନ ପକ୍ଷରୁ ଆଜି ଲାଞ୍ଜିଗଡ଼ରୋଡ଼ ପଞ୍ଚାୟତ କାର୍ଯ୍ୟାଳୟରେ ସାପ୍ତାହିକ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର, ଲାଞ୍ଜିଗଡ଼ ବିଡିଓ ଜିତେନ୍ଦ୍ର କୁମାର ମିଶ୍ର, ଲାଞ୍ଜିଗଡ଼ରୋଡ଼ ସମିତି ସଭ୍ୟା ମୁକ୍ତା ଭୋଇଙ୍କ ସମେତ ବ୍ଲକସ୍ତରୀୟ ସମସ୍ତ ବିଭାଗୀୟ ଅଧିକାରୀ ଓ କର୍ମଚାରୀ ଯୋଗଦେଇ ପଞ୍ଚାୟତ ଅଞ୍ଚଳର ଜନସାଧାରଣଙ୍କ ଅଭିଯୋଗ ଗ୍ରହଣ କରିଥିଲେ। ଲାଞ୍ଜିଗଡ଼ରୋଡ଼ ସରପଞ୍ଚ ସୁଶ୍ରୀ ମମତା ଶବରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶିବିରରେ ୨୩୫ ଗୋଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା । ସେଥିମଧ୍ୟରୁ ୨ ଗୋଟି ସାମୁହିକ ସମସ୍ୟା ଥିବାବେଳେ ଅନ୍ୟ ୨୩୩ ଗୋଟି ବ୍ୟକ୍ତିଗତ ସମସ୍ୟା ସଂପର୍କିତ ଏବଂ ବିଶେଷ କରି ପ୍ରଧାନମନ୍ତ୍ରୀ ଆବାସ ଯୋଡନା, ରେସନ କାର୍ଡ, ଭତ୍ତା ଆଦି ଅଭିଯୋଗ ରହିଥିଲା । ଏଇ ଅବସରରେ ପଞ୍ଚାୟତ ନିର୍ବାହୀ ଅଧିକାରୀ ଡମ୍ବରୁଧର ସେନାପତିଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଗ୍ରାମ ରୋଜଗାର ସେବକ ବିଭୁଦାନନ୍ଦ ଭୋଇ, ଯୋଗାଣ ସହାୟକ ନାରାୟଣ ପ୍ରସାଦ ନାୟକ, ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.