କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ହେମନ୍ତ ସାହୁ): କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଗୋଡ କର୍ଲାଖୁଣ୍ଟା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ ହୋଇଯାଇଅଛି । ତ୍ରିଲୋଚନ ମହାଖୁଡଙ୍କ ସଭାପତିତ୍ବରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମ.ରାମପୁର ସରପଞ୍ଚ ବୀଣାପାଣି ସାହୁ, ସମ୍ମାନୀତ ଅତିଥି ଭାବେ ସମାଜସେବୀ ସତ୍ୟ ନାରାୟଣ ସାହୁ ଓ ମୁଖ୍ୟ ବକ୍ତା ଭାବରେ ସିଆରସିସି ସୁବୋଧ କୁମାର ଛତ୍ରିଆ ଯୋଗ ଦେଇ ଶିଶୁଙ୍କ ଅନ୍ତର୍ନିହିତ ଶକ୍ତିର ବିକାଶ ଓ ପ୍ରତିଭାର ବିକାଶ ନିତାନ୍ତ ଆବଶ୍ୟକ ବୋଲି ମତ ବ୍ୟକ୍ତ କରିଥିଲେ । ମଞ୍ଚ ପରିଚାଳନା କରିଥିଲେ ମ୍ୟାନେଜର ସାହୁ । ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଥିଲା । କ୍ଲଷ୍ଟରର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଯୋଗ ଦେଇ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥଲେ । ଆସନ୍ତା ୨୭ ତାରିଖରେ ହେବାକୁ ଥିବା ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭିରେ ଆଜି କୃତିତ୍ୱ ହାସଲ କରିଥିବା ଛାତ୍ର ଛାତ୍ରୀମାନେ ଯୋଗ ଦେବେ ବୋଲି ଆଜିର ଉତ୍ସବରେ ସୂଚନା ପ୍ରଦାନ କରାଯାଇଛି ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.