ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ସୁମିତ କୁମାର ଅଗ୍ରୱାଲ): ନର୍ଲା ବ୍ଲକ୍ ଅନ୍ତର୍ଗତ ସରିଆଁ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୨’ ଆୟୋଜିତ ହୋଇଯାଇଛି। ମହୋତ୍ସବକୁ ନର୍ଲା ଏବିଇଓ ସୂର୍ଯ୍ୟଦେବ ବାଗ ଉଦଘାଟନ କରିଥିବା ବେଳେ ଏଥିରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିତର୍କ, ପ୍ରବନ୍ଧ ଲିଖନ, ଚିତ୍ରାଙ୍କନ, କୁଇଜ୍, ସୃଜନଶୀଳ ଲିଖନ, ବକ୍ତୃତା, ସଙ୍ଗୀତ, ଓଡ଼ିଆ ହସ୍ତାକ୍ଷର ଓ ଶ୍ରୁତଲିଖନ, ଦଳଗତ ସାଂସ୍କୃତିକ କାର୍ଯ୍ୟକ୍ରମ, ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମ ଚିତ୍ରକଳା ଓ ଶିଳ୍ପକଳା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।
ସିଆରସିସି ସୁଧୀର କୁମାର ଧଙ୍ଗଡ଼ାମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଯାପନୀ ସମାରୋହରେ ସରିଆଁ ସମିତି ସଭ୍ୟ ଭାସ୍କର ଭୋଇ, ବିଶିଷ୍ଟ ସଙ୍ଗୀତଜ୍ଞ ନିର୍ମଳ ଚନ୍ଦ୍ର ଭୋଇ, ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ସରିଆଁର ପ୍ରଧାନଶିକ୍ଷକ ସାଧୁରାମ ଭୋଇ, ସରିଆଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଟଙ୍କଧର ସାହା, ବିଦ୍ୟାଳୟ ପରିଚାଳନା ସମିତି ଅଧ୍ୟକ୍ଷ ରାଜେଶ ବେନିଆଁ, ବରିଷ୍ଠ ଶିକ୍ଷକ ପ୍ରଫୁଲ୍ଲ କୁମାର ରାଉତ, ନର୍ଲା ପ୍ରାଥମିକ ଶିକ୍ଷକ ସଂଘର ସାଧାରଣ ସଂପାଦକ ଅମିତ ଶର୍ମା ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିବା ବେଳେ ବରିଷ୍ଠ ଶିକ୍ଷକ ଶରତ ଚନ୍ଦ୍ର ଭୋଇ ମଞ୍ଚ ପରିଚାଳନା କରିଥିଲେ। କ୍ଲଷ୍ଟରର ଶିକ୍ଷକ ଶିକ୍ଷୟିତ୍ରୀମାନେ ମହୋତ୍ସବ ପରିଚାଳନାରେ ସହଯୋଗ କରିଥିଲେ।