ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ବ୍ଲକ୍ ଅନ୍ତର୍ଗତ ବୁରାଟ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୨’ ପାଳିତ ହୋଇଯାଇଛି। ସିଆରସିସି କେଦାରନାଥ ନାଗଙ୍କ ନେତୃତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିତର୍କ, ପ୍ରବନ୍ଧ ଲିଖନ, ଚିତ୍ରାଙ୍କନ, କୁଇଜ୍, ସୃଜନଶୀଳ ଲିଖନ, ବକ୍ତୃତା, ସଙ୍ଗୀତ, ଓଡ଼ିଆ ହସ୍ତାକ୍ଷର ଓ ଶ୍ରୁତଲିଖନ, ଦଳଗତ ସାଂସ୍କୃତିକ କାର୍ଯ୍ୟକ୍ରମ, ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମ ଚିତ୍ରକଳା ଓ ଶିଳ୍ପକଳା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଘଣ୍ଟମାଳ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ପ୍ରଧାନଶିକ୍ଷକ ତ୍ରିବିକ୍ରମ ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ଅତିଥି ଭାବେ ନର୍ଲା ବିଇଓ ତପିମଣି ଜାନୀ, ଏବିଇଓ ତଥା ବିଆରସିସି ଗୋବର୍ଦ୍ଧନ ମାଝୀ, ଏବିଇଓ ସୂର୍ଯ୍ୟଦେବ ବାଗ, ଘଣ୍ଟମାଳ ସରପଞ୍ଚ ଦେବେନ୍ଦ୍ର ସା, ଗୋହିରାପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ସୁଦର୍ଶନ ମହାନ୍ତି ଯୋଗ ଦେଇଥିଲେ। ଶିକ୍ଷକ ହରି ଅର୍ଜୁନ ସିଂ ମଞ୍ଚ ପରିଚାଳନା କରିଥିବା ବେଳେ ଶିକ୍ଷକ ଶିକ୍ଷୟିତ୍ରୀମାନେ ସହଯୋଗ କରିଥିଲେ।