‌ସ୍ୱାମୀ ବିବେକାନନ୍ଦ ପବ୍ଲିକ ସ୍କୁଲ ଠାରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଭବାନୀପାଟଣା ସ୍ଥିତ ସ୍ୱାମୀ ବିବେକାନନ୍ଦ ପବ୍ଲିକ ସ୍କୁଲ ଠାରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଯାଇଛି । ସ୍ୱାଧୀନତା ସମୟରେ ବିନା ରକ୍ତପାତରେ ଭାରତର ପ୍ରାୟ ସମସ୍ତ ଦେଶିୟ ରାଜ୍ୟଗୁଡ଼ିକୁ ଏକାଠି କରିବାରେ ବଲ୍ଲଭଭାଇ ପଟେଲଙ୍କ ଅବଦାନ ଓ ତାଙ୍କୁ “ଲୌହ ମାନବ” ଉପାଧି ମିଳିଥିଲା । ୨୦୧୪ ମସିହାରୁ ପ୍ରତିବର୍ଷ ତାଙ୍କର ଜନ୍ମତିଥି ୩୧ ଅକ୍ଟୋବରକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ ହୋଇ ଆସୁଅଛି ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

“ଜାତୀୟ ଏକତା ଦିବସ” ହେଉଛି ଆମ ଦେଶର ଅନ୍ତର୍ନିହିତ ଶକ୍ତିକୁ ସ୍ଥିରତା ସହିତ ପୁନଃ ସଂଯୋଗ କରିବାର ଏକ ସୁଯୋଗ । ପୁଣି ଏହା ଆମ ଦେଶର ଏକତା ତଥା ଅଖଣ୍ଡତା ପ୍ରତି ପ୍ରକୃତ ତଥା ସମ୍ଭାବ୍ୟ ବିପଦର ସାମନା କରିବାକୁ ଆମକୁ ସାହସ ଯୋଗାଇବା ସହ ଆମର ଦେଶପାଇଁ ସୁରକ୍ଷା ଯୋଗାଇବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିବ ବୋଲି ସ୍କୁଲର ଅଧ୍ୟକ୍ଷ ତଥା ପ୍ରତିଷ୍ଠାତା ଡ଼. ଶିବରାମ ନାୟକ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ଛାତ୍ର ଛାତ୍ରୀ ମାନକୁ ଉଦବୋଧନ ଦେଇଥିଲେ । ଶିକ୍ଷୟିତ୍ରୀ ମିକୁମିକ୍ସ ନାଏକ ସଭା ପରିଚାଳନା କରିଥିବା ବେଳେ ଶିକ୍ଷୟିତ୍ରୀ ଗୀତାଞ୍ଜଳି ସାହୁ ଧନ୍ୟବାଦ ଦେଇଥିଲେ । ସ୍କୁଲର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ ।

Udyog Nursery
Udyogi Nursery

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.