ମ.ରାମପୁରରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ହେମନ୍ତ ସାହୁ): କଳାହାଣ୍ଡି ଜିଲ୍ଲା ମ.ରାମପୁର ଦୁର୍ଗା ମାଧବ ଉଚ୍ଚ ବିଦ୍ୟାଳୟ ଠାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଠାକୁର ଚରଣ ସାହୁ ପ୍ରଦୀପ ପ୍ରଜ୍ବଳନ କରି ଆନୁଷ୍ଠାନିକ ଭାବେ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଏହି ଅବସରରେ ଛାତ୍ର ଛାତ୍ରୀ ମାନଙ୍କୁ ନେଇ ଗୀତ, ନାଚ, ବକ୍ତୃତା, ପ୍ରବନ୍ଧ, କୁଇଜ ପ୍ରତିଯୋଗିତା କରାଯାଇଥିଲା । ପରେ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ବୀଣାପାଣି ସାହୁ ଯୋଗ ଦେଇ କାର୍ଯ୍ୟକ୍ରମ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ । କୃତି ପ୍ରତିଯୋଗୀଙ୍କୁ ମୁଖ୍ୟ ଅତିଥି ପୁରସ୍କାର ପ୍ରଦାନ କରିଥିଲେ । ମଞ୍ଚ ପରିଚାଳନା ମୋହନ ଶଙ୍କର ପଧାନ କରିଥିବା ବେଳେ କାର୍ଯ୍ୟକ୍ରମରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ବେଣୁଧର କୁମାର, ଜୟସେନ ନିଆଲ, ଦୁର୍ଗା ମାଧବ ଉଚ୍ଚ ବିଦ୍ୟାଳୟର ଶିକ୍ଷୟିତ୍ରୀ ସୁଜାତା ଆଚାରୀ, କର୍ମଚାରୀ ତ୍ରିଲୋଚନ ସୁନା, ମିନେଶ ସାହୁ ଓ ୧୭ଗୋଟି କ୍ଳଷ୍ଟରର ସିଆରସିସି ଯୋଗ ଦେଇଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.