କଳାହାଣ୍ଡି ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ କଳା ଉତ୍ସବ ଉଦଘାଟିତ

ଓଡ଼ିଆ ବାର୍ତ୍ତା/ ଭବାନୀପାଟଣା: ସ୍ଥାନୀୟ ବ୍ରଜମୋହନ ହାଇସ୍କୁଲ୍ ପରିସରରେ କଳାହାଣ୍ଡି ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୨’ ତଥା କଳା ଉତ୍ସବ ଉଦଘାଟିତ ହୋଇଯାଇଛି। ଜିଲ୍ଲା ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ଚୋପଦାରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦଘାଟନୀ ସମାରୋହରେ ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଟେମଲାଲ ଦୁବେ, ବ୍ରଜମୋହନ ହାଇସ୍କୁଲର ପ୍ରଧାନଶିକ୍ଷକ ଷଷ୍ଠୀ ଝାଙ୍କର, ମ.ରାମପୁର ବିଇଓ ଠାକୁର ସାହୁ ଯୋଗ ଦେଇଥିଲେ। ମଞ୍ଚ ପରିଚାଳନା କରିଥିଲେ ଶିକ୍ଷକ ଡିଲେଶ୍ୱର ରଣା। ସ୍ୱାଗତ ନୃତ୍ୟ ପରିବେଷଣ କରିଥିଲେ କୁନି କଳାକାର ଶ୍ରେୟାଶ୍ରୀ ପଟ୍ଟନାୟକ।

Omkar Vasthu
Omkar Vasthu

କାର୍ଯ୍ୟକ୍ରମ ପରିଚାଳନାରେ ପେଡାଗୋଜି ସଂଯୋଜିକା ଶ୍ରଦ୍ଧାଞ୍ଜଳି ଦାଶ, ସମଗ୍ର ଶିକ୍ଷା ଜିଲ୍ଲା ପ୍ରକଳ୍ପ କାର୍ଯ୍ୟାଳୟର ସୌମେନ୍ଦ୍ର ପଟ୍ଟନାୟକ, ପ୍ରଭାତ ସାହୁ, ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟର ଟଂକଧର ସାହୁ, ଜିତେନ୍ଦ୍ର ମୁଣ୍ଡ, ସିଆରସିସି ସୁଧୀର କୁମାର ଧଙ୍ଗଡ଼ାମାଝୀ, ଅଜିତ କୁମାର ପଧାନ, ମିନତୀ କୁମାରୀ ପ୍ରଧାନ, ଅମିତ ଜାଲ, ଶିକ୍ଷକ ଆଲେକଜାଣ୍ଡାର୍ ଫିଲିପ୍, ସଂଜୀବ କୁମାର ପାଢ଼ୀ, ହିମାଂଶୁ ଶେଖର ମେହେର, ବିରଞ୍ଚି ନାରାୟଣ ମୁଣ୍ଡ, ଜିତେନ୍ଦ୍ର କୁମାର ବିଶ୍ବାଳ, ମନୋଜ କୁମାର ସାହୁ, ଯୁଗେଶ୍ୱର ମାଝୀ, ସମସ୍ତ ସିଆରସିସି ଓ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ। ଏଥିରେ ୧୩ଟି କ୍ଲଷ୍ଟରରୁ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିତର୍କ, ପ୍ରବନ୍ଧ ଲିଖନ, ଚିତ୍ରାଙ୍କନ, କୁଇଜ୍, ସୃଜନଶୀଳ ଲିଖନ, ବକ୍ତୃତା, ସଙ୍ଗୀତ, ଓଡ଼ିଆ ହସ୍ତାକ୍ଷର ଓ ଶ୍ରୁତଲିଖନ, ଦଳଗତ ସାଂସ୍କୃତିକ କାର୍ଯ୍ୟକ୍ରମ, ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମ ଚିତ୍ରକଳା ଓ ଶିଳ୍ପକଳା, ଶାସ୍ତ୍ରୀୟ ସଙ୍ଗୀତ, ପାରମ୍ପରିକ ଲୋକ ସଙ୍ଗୀତ, ଯନ୍ତ୍ର ସଙ୍ଗୀତ, ଶାସ୍ତ୍ରୀୟ ଓ ଲୋକ ନୃତ୍ୟ, ଟୁଡି ଓ ଥ୍ରୀଡି ଭିଜୁଆଲ୍ ଆର୍ଟ, ସ୍ବଦେଶୀ ଖେଳନା ଓ ଖେଳ, ଏକକ ଅଭିନୟ ଆଦି ପ୍ରତିଯୋଗିତା ଅନୁଷ୍ଠିତ ହେଉଛି। ଜିଲ୍ଲା ସ୍ତରରେ ପ୍ରଥମ ହୋଇଥିବା ଛାତ୍ରଛାତ୍ରୀମାନେ ରାଜ୍ୟ ସ୍ତରୀୟ ‘ସୁରଭି’ ଓ କଳା ଉତ୍ସବରେ ଅଂଶଗ୍ରହଣ କରିବେ ବୋଲି ସୂଚନା ମିଳିଛି।

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.