ଧାମନଗର ଉପନିର୍ବାଚନରେ ପୁଣି ଥରେ ଫୁଟିଲା ପଦ୍ମ: ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୁରଜ ବିଜୟୀ

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ଧାମନଗରବାସୀ ପୁଣିଥରେ ଭାରତୀୟ ଜନତା ପାର୍ଟି ଉପରେ ଭରସା ରଖିଛନ୍ତି । ଏଠାକାର ମତଦାତାମାନେ ସ୍ବର୍ଗତ ବିଷ୍ଣୁ ସେଠୀଙ୍କ ପୁଅ ତଥା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ଅଧିକ ଭୋଟ ଦେଇ ବିଜୟୀ କରାଇଛନ୍ତି ।

ଗତ ନଭେମ୍ବର ୩ ତାରିଖ ଦିନ ଧାମନଗରରେ ଉପନିର୍ବାଚନ ଅନୁଷ୍ଠିତ ହୋଇଥିଲା । ଏହାର ଗଣତି ଆଜି ୬ ନଭେମ୍ବର ରବିବାର ସକାଳ ୮ଟାରୁ ଆରମ୍ଭ ହୋଇଥିଲା । ଭୋଟ ଗଣତିର ପ୍ରଥମ ରାଉଣ୍ଡରୁ ହିଁ ବିଜେପି ପକ୍ଷରେ ଜନାଦେଶ ଆସିଥିଲା । ଅର୍ଥାତ ଭୋଟଗଣତିର ବିଭିନ୍ନ ରାଉଣ୍ଡରେ ବିଜେପିକୁ ଅଧିକ ଭୋଟ୍‌ ମିଳୁଥିବାର ପରିଲକ୍ଷିତ ହେଉଥିଲା ଏବଂ ଶେଷ ରାଉଣ୍ଡ ୧୯ ପର୍ଯ୍ୟନ୍ତ ବିଜେପି ଆଗୁଆ ରହି ବିଜୟୀ ହୋଇଛି ।

ଏନେଇ ବର୍ତ୍ତମାନ ଭାରତୀୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଔପଚାରିକ ଭାବେ ନିର୍ବାଚନ ଫଳାଫଳ ଘୋଷଣା କରାଯାଇଛି । ଧାମନଗର ଉପନିର୍ବାଚନରେ ସୂର୍ଯ୍ୟବଂଶୀ ସୂରଜ ୯୮୮୧ ଖଣ୍ଡ ଭୋଟ୍‌ରେ ହରାଇ ବିଜୟୀ ହୋଇଛନ୍ତି । ସେ ନିଜର ନିକଟତମ ପ୍ରତିଦ୍ବନ୍ଦୀ ବିଜେଡିର ଅବନ୍ତୀ ଦାସଙ୍କୁ ପରାସ୍ତ କରି ପୁଣିଥରେ ଧାମନଗରରେ ବିଜେପିର ବିଜୟ ଧ୍ବଜା ଉଡାଇଛନ୍ତି ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.