ପୋଲ ତଳକୁ ଖସିଲା ଯାତ୍ରୀବାହୀ ଟ୍ରାକ୍କରର ଟଲ୍ଲୀ: ୩ ମୃତ ୨୫ ଗୁରୁତର

ଓଡ଼ିଆ ବାର୍ତ୍ତା/ ଭୋପାଳ: ମଧ୍ୟପ୍ରଦେଶର ଦତିଆ ଜିଲ୍ଲାର ସେବରାରେ ମର୍ମନ୍ତୁଦ ଦୁର୍ଘଟଣା । ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ଯାତ୍ରୀବାହୀ ଟ୍ରାକ୍କରର ଟଲ୍ଲୀ । ଦୁର୍ଘଟଣାରେ ୩ ମୃତ ୨୫ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି । ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଟ୍ରାକ୍ଟରର ଟ୍ରଲିରେ ବସି କିଛି ତୀର୍ଥଯାତ୍ରୀ ଭିଣ୍ଡ ଜିଲ୍ଲାରୁ ଯାଉଥିଲେ। ତେବେ ପୋଲ ନିକଟରେ ଟ୍ରାକ୍ଟରଟି ତଳକୁ ଖସି ଯାଇଥିଲା। ଫଳରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୫ରୁ ଅଧିକ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଦତିଆ ଗ୍ୱାଲିୟର ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣାରେ ଅଧିକ ଲୋକ ମରିବାର ଆଶଙ୍କା କରାଯାଉଛି । ଏହି ଦୁର୍ଘଟଣାକୁ ନେଇ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ଦୁଃଖ ପ୍ରକାଶ କରିଛନ୍ତି। ସେ ଟ୍ୱିଟ୍ କରି ମୃତବ୍ୟକ୍ତିଙ୍କ ଆତ୍ମାର ସଦ୍‌ଗତି କାମନା କରିବା ସହ ତାଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ଆହତଙ୍କ ଶୀଘ୍ର ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.