ଜିରା ପୋଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଜଣେ ମୃତ 

ଓଡ଼ିଆ ବାର୍ତ୍ତା/ ସୋନପୁର (ସର୍ଜନ କୁମାର ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ଅରିଗାଁ ଜିରା ପୋଲ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ‌। ଏଥିରେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ଖବର ଲେଖା ହେବା ପର୍ଯ୍ୟନ୍ତ ତାଙ୍କ ପରିଚୟ ମିଳି ପାରିନାହିଁ । ଏହି ଦୁର୍ଘଟଣା ସମ୍ପର୍କରେ ଖବର ପାଇ ଅଗ୍ନିଶମ କର୍ମଚାରୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉକ୍ତ ବ୍ୟକ୍ତିଙ୍କୁ ବିନିକା ଡାକ୍ତରଖାନାକୁ ନେଇ ଭର୍ତ୍ତି କରିଥିଲେ । ତେବେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.