ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର

ଓଡ଼ିଆ ବାର୍ତ୍ତା/ କୋକସରା (ହିରଣ୍ୟ ବେହେରା): କଳାହାଣ୍ଡି ଜିଲ୍ଲା କୋକସରା ବ୍ଳକ ଡାଲଗୁମା ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଛି। ସରପଞ୍ଚ ଯୋଗେନ୍ଦ୍ର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିରରେ କୋକସରା ବିଡ଼ିଓ ଉତ୍ତମ କୁମାର ବାଗ, ଅତିରିକ୍ତ ତହସିଲଦାର ମୋହନ ଜେନା, ଗ୍ରାମ ପଞ୍ଚାୟତ ସଂପ୍ରସାରଣ ଅଧିକାରୀ ନାରାୟଣ ଭୋଇ, ବ୍ଳକ ଯୋଗାଣ ନିରିକ୍ଷକ ଜଗାରାମ ମୁର୍ମୁ, ଉଦ୍ୟାନ କୃଷି ଅଧିକାରୀଣୀ ବି. ବାସନ୍ତି, ସମିତି ସଭ୍ୟ ଚିନ୍ତାମଣି ଚଣ୍ଡୀ ଓ ଅନ୍ୟ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ପଞ୍ଚାୟତର ବିଭିନ୍ନ ଗ୍ରାମରୁ ଅଭିଯୋଗ ନେଇ ଆସିଥିବା ହିତାଧିକାରୀଙ୍କ ଆବାସ ଘର, ରାସନ କାର୍ଡ, ଭତ୍ତା, ଜମି ମରାମତି ଭଲି ଅନ୍ୟାନ୍ୟ ଅଭିଯୋଗ ଓ ସମସ୍ୟା ଉପରେ ଅଭିଯୋଗ ଶୁଣିବା ସହ ସମାଧାନ କରିବା ଦିଗରେ ପ୍ରୟାସ କରାଯିବା ନେଇ ପ୍ରତିଶ୍ରୁତି ଦେଇଛନ୍ତି। ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଦୁଷ୍ମନ୍ତ ସୁନା ଶିବିର ପରିଚାଳନା କରିଥିବାବେଳେ ନାଏବ ସରପଞ୍ଚ ରୀତାଞ୍ଜଳୀ ଖର୍ସେଲ, ମନରେଗା ସହାୟକ ଉପେନ୍ଦ୍ର ବାଗଙ୍କ ସମେତ ପଞ୍ଚାୟତ କର୍ମୀଚାରୀମାନେ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.