ସରିଆଁ ପଂଚାୟତରେ ମିଳିତ ଅଭିଯୋଗ ଶୁଣାଣୀ

ନର୍ଲା ବିଧାୟକ ଭୁପିନ୍ଦର ସିଂ ମଧ୍ୟ ଶୁଣିଲେ ଅଭିଯୋଗ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ବ୍ଲକର ପଞ୍ଚାୟତ ଗୁଡିକରେ ପ୍ରତି ସୋମବାର ଗ୍ରାମ ପଞ୍ଚାୟତ ସ୍ତରୀୟ ବିଡ଼ିଓଙ୍କ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ପର୍ଯ୍ୟାୟ କ୍ରମେ ଅନୁଷ୍ଠିତ ହେଉଥିବା ବେଳେ ସୋମବାର ୧୪/୧୧ ସରିଆଁ ଗ୍ରାମ ପଞ୍ଚାୟତ ଠାରେ ବିଡ଼ିଓଙ୍କ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଜିର ମିଳିତ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ନର୍ଲା ବିଧାୟକ ଭୁପିନ୍ଦର ସିଂ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗମାନ ଶୁଣିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ନର୍ଲା ଗୋଷ୍ଠୀ ଉନ୍ନୟନ ଅଧିକାରୀ ବାସନ୍ତି ସେଠି, ନର୍ଲା ପଞ୍ଚାୟତ ସମିତି ଅଧ୍ୟକ୍ଷା ମନୋରମା ମହାନ୍ତି, ଅତିରିକ୍ତ ବିଡିଓ ଦେବେନ୍ଦ୍ର ସାମଲ, ନର୍ଲା ଜିଲ୍ଲା ପରିଷଦ ସଦସ୍ୟ ହରି ଶଙ୍କର ମାଝୀ, ସିଡିପିଓ ନିବାସିନୀ ବିଶ୍ୱାଳ, ତହସିଲଦାର ଶଙ୍କର ବାଗ, ରାକ୍ସି ସରପଞ୍ଚ ଯେମନ୍ତ ପୋଢ଼, ସହକାରୀ ବ୍ଲକ ଶିକ୍ଷାଧିକାରୀ ଗୋବର୍ଦ୍ଧନ ମାଝୀ, ଜିପିଇଓ କ୍ଷିତିଶ ଚନ୍ଦ୍ର ନାଏକ, , ଟାଟା ପାୱାର ନର୍ଲା ଏସଡ଼ିଓ କମଲେଶ ଦାସ, ଏମଆଇ ସୌମ୍ୟ ରଞ୍ଜନ ମାଝୀ, ଯୋଗାଣ ବିଭାଗ ଅଧିକାରୀ ହରିହର ସାହୁ, ଓଏଲଏମ କର୍ମଚାରୀ ଓ ସମସ୍ତ ବିଭାଗୀୟ ଅଧିକାରୀ, ଆଶା, ଅଙ୍ଗୱାଡି କର୍ମୀ, ଗ୍ରାମ ପଞ୍ଚାୟତ କର୍ମଚାରୀ, ସରିଆଁ ଗ୍ରାମ ପଞ୍ଚାୟତ ଅଂଚଳର ଜନ ସାଧାରଣ ଉପସ୍ଥିତ ଥିଲେ । ସରିଆଁ ସରପଞ୍ଚ ଓମପ୍ରକାଶ ଛାତ୍ରୀଆଙ୍କ ଉପସ୍ଥିତିରେ ଜନସାଧାରଣଙ୍କ ଅଭିଯୋଗ ଶୁଣାଣୀ ଶିବିରଟି ଶାନ୍ତି ଶୃଙ୍ଖଳା ସହ ଅନୁଷ୍ଠିତ ହୋଇଥିଲା। ନର୍ଲା ବ୍ଲକ ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ଶ୍ରୀ ନାଏକ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ସରିଆଁ କାର୍ଯ୍ୟ ନିର୍ବାହୀ ଅଧିକାରୀ ସେନାପତି ମଙ୍ଗରାଜ ଓ ପଞ୍ଚାୟତ କର୍ମଚାରୀ ମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଏହି ଅଭିଯୋଗ ଶୁଣାଣୀ ଶିବିରରେ ୪୩୦ ଜଣଙ୍କ ଆପତ୍ତି ଅଭିଯୋଗକୁ ତାଲିକା ଭୁକ୍ତ କରାଯାଇଥିବା ଜଣାପଡ଼ିଛି। ଏଥି ମଧ୍ୟରେ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନାରେ ରହିଥିବା ଅଭିଯୋଗ, ବାର୍ଦ୍ଧକ୍ୟ ଭତ୍ତା, ବିଧବା ଭତ୍ତା, ଜମି ଜମା ସଂକ୍ରାନ୍ତୀୟ ମାମଲା, କୃଷି ସମ୍ବନ୍ଧୀୟ ସମସ୍ୟା, ଥାନାରେ ରହିଥିବା କେସ, ବିଦ୍ୟୁତ ସଂଯୋଗୀ କରଣ ବିଷୟରେ ଅଭିଯୋଗ ମାନ ହୋଇଥିଲା।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.