ଇଣ୍ଡୋନେସିଆର ବାଲିରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମିଳିଲା ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା

ଓଡ଼ିଆ ବାର୍ତ୍ତା/ ବାଲି: ଇଣ୍ଡୋନେସିଆର ବାଲିରେ ପହଂଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀଙ୍କୁ ବାଲିରେ ଭବ୍ୟ ସ୍ବାଗତ ସମ୍ବର୍ଧନା ଦିଆଯାଇଛି । ଜି -20 ଶିଖର ସମ୍ମିଳନୀରେ ଭାଗ ନେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର  ଇଣ୍ଡୋନେସିଆର ବାଲିରେ ପହଞ୍ଚିଛନ୍ତି। ବିଶ୍ୱ ଅର୍ଥନୈତିକ ଅଭିବୃଦ୍ଧି, ଖାଦ୍ୟ ଏବଂ ଶକ୍ତି ନିରାପତ୍ତାକୁ ସୁନିଶ୍ଚିତ କରିବା ଏବଂ ସ୍ୱାସ୍ଥ୍ୟ ଏବଂ ଡିଜିଟାଲ ପରିବର୍ତ୍ତନ ସମ୍ବନ୍ଧୀୟ ସମସ୍ୟାର ସମାଧାନ ପାଇଁ ପ୍ରଧାନମନ୍ତ୍ରୀ  ଜି -20 ଗ୍ରୁପ୍ ର ନେତାଙ୍କ ସହିତ ବିସ୍ତୃତ ଆଲୋଚନା କରିବେ ବୋଲି କହିଛନ୍ତି। ଏହି ଅବସରରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ, ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ, ଚୀନ ରାଷ୍ଟ୍ରପତି ସି ଜିଙ୍ଗପିଙ୍ଗଙ୍କ ସମେତ G 20 ଦେଶର ପ୍ରତିନିଧିମାନେ ବାଲିରେ ପହଁଚିସାରିଛନ୍ତି ।  ପ୍ରଧାନମନ୍ତ୍ରୀ ମୋଦି ବିଭିନ୍ନ ଦେଶର ନେତାଙ୍କ ସହିତ ଦ୍ୱିପାକ୍ଷିକ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ସହିତ ପ୍ରଧାନମନ୍ତ୍ରୀ ମୋଦିଙ୍କ ଦ୍ୱିପାକ୍ଷିକ ଆଲୋଚନା ହେବାର ସମ୍ଭାବନା ରହିଛି । ସେହିପରି ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ ସହିତ ପ୍ରଧାନମନ୍ତ୍ରୀ ଆଲୋଚନା କରିପାରନ୍ତି । ଏଥିସହିତ ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ସ୍ବତନ୍ତ୍ର ଭାବେ ପ୍ରଧାନମନ୍ତ୍ରୀ ଭେଟିବା ନେଇ ଚର୍ଚ୍ଚା ମଧ୍ୟ ହେଉଛି।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.