କଳାହାଣ୍ଡି ଜିଲ୍ଲା ସାମ୍ବାଦିକ ୟୁନିୟନ ପକ୍ଷରୁ ମ.ରାମପୁରରେ ଜାତୀୟ ପ୍ରେସ୍ ଦିବସ ପାଳନ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି, (ଲିଙ୍ଗରାଜ ମିଶ୍ର/ ହେମନ୍ତ ସାହୁ): ଓଡିଶା ସାମ୍ବାଦିକ ୟୁନିୟନ ସହବନ୍ଧିତ କଳାହାଣ୍ଡି ଜିଲ୍ଲା ସାମ୍ବାଦିକ ୟୁନିୟନ (ଓୟୁଜେ) ପକ୍ଷରୁ ମ.ରାମପୁର ବିଜୁ କଲ୍ୟାଣ ମଣ୍ଡପ ଠାରେ ଜାତୀୟ ପ୍ରେସ୍ ଦିବସ ପାଳିତ ହୋଇଯାଇଛି। କଳାହାଣ୍ଡି ଜିଲ୍ଲା ସାମ୍ବାଦିକ ୟୁନିୟନ ସଭାପତି କମ୍ବୁପାଣି ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉକ୍ତ ସମାରୋହରେ ମୁଖ୍ୟ ଅତିଥି ଭାବେ ମ.ରାମପୁର ବ୍ଲକ ଅଧ୍ୟକ୍ଷା ମନ୍ଦିକିନୀ ସିଂଦେଓ, ମୁଖ୍ୟ ବକ୍ତା ଭାବେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମନୋଜ କୁମାର ବେହେରା, ସମ୍ମାନିତ ଅତିଥି ଭାବେ ମ.ରାପୁର ବିଡ଼ିଓ ବିନୟ କୁମାର ଭୋଇ, ବରିଷ୍ଠ ସାମ୍ବାଦିକ ବିଜୟ କୁମାର ଦ୍ୱିବେଦୀ, ଜୁନାଗଡ଼ ଏନଏସି ଅଧ୍ୟକ୍ଷ ମୁକେଶ ଅଗ୍ରୱାଲ, ଜିଲ୍ଲା କାର୍ଯ୍ୟକାରୀ ସଭାପତି ବିରଞ୍ଚି ନାରାୟଣ ଜାଲ ପ୍ରମୁଖ ମଞ୍ଚାସୀନ ରହି ଜାତୀୟ ପ୍ରେସ ଦିବସ ଉପରେ ଆଲୋକପାତ କରିଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

ପ୍ରାରମ୍ଭରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀମାନଙ୍କ ଦ୍ଵାରା ବନ୍ଦେ ଉତ୍କଳ ଜନନୀ ପରିବେଷଣ କରିଥିଲେ। ସଂଗଠନ ସମ୍ପାଦକ ଅଂଶୁମାନ ପାତ୍ର ଅତିଥି ପରିଚୟ ପ୍ରଦାନ ଓ ବରିଷ୍ଠ ସାମ୍ବାଦିକ ଇଙ୍ଗିତ ପଣ୍ଡା ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିଲେ। କଳାହାଣ୍ଡି ଜିଲ୍ଲା ସାମ୍ବାଦିକ ୟୁନିୟନର ସାଧାରଣ ସମ୍ପାଦକ ସନ୍ତୋଷ କୁମାର ସିଂଦେଓ ବାର୍ଷିକ ବିବରଣୀ ପଠନ କରିଥିଲେ। ବରିଷ୍ଠ ସାମ୍ବାଦିକ ଖଗେଶ୍ବର ଧଙ୍ଗଡାମାଝୀ, ଜିଲ୍ଲା ସାମ୍ବାଦିକ ୟୁନିୟନର ଉପସଭାପତି ଲିଙ୍ଗରାଜ ମିଶ୍ର ପ୍ରମୁଖ ପ୍ରମୁଖ ନିଜ ନିଜର ଅବିଭାଷଣ ପ୍ରଦାନ କରିଥିଲେ।

Udyog Nursery
Udyogi Nursery

ଏହି ଅବସରରେ ପ୍ରଥମ ମହମ୍ମଦ ଅସଲମ ସ୍ମୃତି ସମ୍ମାନରେ ସାମ୍ବାଦିକ ହେମନ୍ତ କୁମାର ସାହୁଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହାସହ ବିଶିଷ୍ଟ ସମାଜସେବୀ ମନୋଜ କୁମାର ପଟ୍ଟନାୟକ, ବରିଷ୍ଠ ସାମ୍ବାଦିକ ତଥା ଗୋଲାମୁଣ୍ଡା ବ୍ଲକ ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦ, ବରିଷ୍ଠ ସାମ୍ବାଦିକ ତଥା ଜୁନାଗଡ଼ ଏନଏସି ଅଧ୍ୟକ୍ଷ ମୁକେଶ ଅଗ୍ରୱାଲ, ଯୁବ ସାମ୍ବାଦିକ ଦୁଷ୍ମନ୍ତ ପାଟ୍ଟଯୋଷୀ ଓ ମହିଳା ସରପଞ୍ଚ ବୀଣାପାଣି ସାହୁଙ୍କୁ ପ୍ରତିଭା ସମ୍ମାନରେ ସମ୍ମାନିତ କରାଯାଇଥିଲା। ଏହି ସମାରୋହରେ ଜିଲ୍ଲାର ୧୩ଟି ଯାକ ବ୍ଲକ ୟୁନିଟର ସାମ୍ବାଦିକଙ୍କ ସମେତ ସ୍ଥାନୀୟ ଅଞ୍ଚଳର ଅନେକ ଜନପ୍ରତିନିଧି ଏବଂ ବିଶିଷ୍ଟ ବ୍ୟକ୍ତିମାନେ ଉପସ୍ଥିତ ଥିଲେ। ଯୁବ ସାମ୍ବାଦିକ ହେମନ୍ତ ସାହୁ ମଞ୍ଚ ପରିଚାଳନା କରିଥିବା ବେଳେ ବରିଷ୍ଠ ସାମ୍ବାଦିକ ପ୍ରଶାନ୍ତ ସାମନ୍ତରା ଧନ୍ୟବାଦ ଅର୍ପଣ କରିଥିଲେ। ଆୟୋଜକ ମ.ରାମପୁର ସାମ୍ବାଦିକ ୟୁନିୟନର ସଦସ୍ୟମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। 

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.