ଓଡିଶା ସାମ୍ବାଦିକ ସଂଘ OJU କଳାହାଣ୍ଡି ଜିଲ୍ଲା ଶାଖା ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳନ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନରୋତ୍ତମ ସେଲମା): ଓଡିଶା ସାମ୍ବାଦିକ ସଂଘ(OJU) କଳାହାଣ୍ଡି ଜିଲ୍ଲା ଶାଖା ପକ୍ଷରୁ ଜାତୀୟ ପ୍ରେସ ଦିବସ ଓ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।କଳାହାଣ୍ଡି ଜିଲ୍ଲା ଶାଖାର ସଭାପତି ନିରୋଜ କୁମାର ପଟ୍ଟନାୟକଙ୍କ ସଭାପତିତ୍ୱ ଓ ଜିଲ୍ଲା ସାଧାରଣ ସମ୍ପାଦକ ଲକ୍ଷ୍ମଣ ସ୍ୱାଇଁ ଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଭବାନୀପାଟଣା ପୌର ପରିଷଦର ଅଧ୍ୟକ୍ଷା ସଂଯୁକ୍ତା ବେହେରା, ମୁଖ୍ୟବକ୍ତା ଭାବେ ବରିଷ୍ଠ ସାମ୍ବାଦିକ ଦେବେନ୍ଦ୍ର କୁମାର ବିଶି, ସ୍ୱତନ୍ତ୍ର ଅତିଥି ଭାବେ ଆନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ କବି ତଥା ‘ମହୁରୀ’ ପତ୍ରିକାର ସମ୍ପାଦକ ଡ଼. ଭବାନୀ ଶଙ୍କର ନିଆଲ, ସମ୍ମାନିତ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ଶାନ୍ତନୁ କୁମାର ବେହେରା ପ୍ରମୁଖ ଯୋଗଦାନ କରି ଜାତୀୟ ପ୍ରେସ ଦିବସ ସମ୍ପର୍କରେ ଆଲୋକପାତ କରିବା ସହ ନୈତିକତା ଓ ସାମାଜିକ ଦାୟିତ୍ୱବୋଧତାର ସହ ସାମ୍ବାଦିକତାର କର୍ତ୍ତବ୍ୟ ନିର୍ବାହ କରାଯିବ ସେ ସମ୍ପର୍କରେ ପରାମର୍ଶ ଦେଇଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

ଏହି ଅବସରରେ କଳାହାଣ୍ଡି ଜିଲ୍ଲାର ୫ ଜଣ ବରିଷ୍ଠ ସାମ୍ବାଦିକ ସର୍ବଶ୍ରୀ ଦୀପକ କୁମାର ଠାକୁର, ତୁମେଶ୍ବର ସାହୁ, ପ୍ରାଣ ରଞ୍ଜନ ବେହେରା, ନରୋତ୍ତମ ସେଲମା ଓ ପ୍ରଦୀପ କୁମାର ସାହୁଙ୍କୁ ମାନପତ୍ର ଓ ଉପଢ଼ୌକନ ଦେଇ ଅତିଥିମାନେ ସମ୍ବର୍ଦ୍ଧିତ କରିଥିଲେ। ଏହି ଅବସରରେ ନୂତନ ଭାବେ ସଦସ୍ୟତା ଗ୍ରହଣ କରିଥିବା ରୋହନ ରୋହିଲା, ଉମାକାନ୍ତ ବାଗ ଓ ଖିତିଶ ଶତପଥୀଙ୍କୁ ସଂଗଠନ ପକ୍ଷରୁ ସଭାପତିଙ୍କ ଦ୍ୱାରା ସମ୍ବର୍ଦ୍ଧିତ କରାଯାଇଥିଲା। ସଂଘର ସାଧାରଣ ସମ୍ପାଦକ ଲକ୍ଷ୍ମଣ ସ୍ୱାଇଁ ସମସ୍ତ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ବରିଷ୍ଠ ସାମ୍ବାଦିକ ମନୋଜ କୁମାର ଷଡ଼ଙ୍ଗୀ ମଞ୍ଚ ପରିଚାଳନା କରିଥିଲେ।

Udyog Nursery
Udyogi Nursery

ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ ବ୍ଲକରୁ ଶତାଧିକ ସାମ୍ବାଦିକ ଅଂଶ ଗ୍ରହଣ କରିଥିଲେ। ମଧ୍ୟାହ୍ନ ଭୋଜନ ପରେ ଏକ କାର୍ଯ୍ୟକାରୀ କମିଟି ବୈଠକ ଆୟୋଜିତ ହୋଇଥିଲା। ଏହି ବୈଠକରେ ଆଗାମୀ ଦିନରେ ହେବାକୁ ଥିବା ବନ୍ଧୁ ମିଳନ କାର୍ଯ୍ୟକ୍ରମ ଓ ଭଣ ଭୋଜି, ରୋହିତ ବିଶ୍ବାଳ ସ୍ମୃତି ଦିବସ ପାଳନ ଓ ବାର୍ଷିକ ମହୋତ୍ସବ ପାଳନ ପାଇଁ ବିଷଦ ଆଲୋଚନା ହୋଇଥିଲା।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.