ଓଡ଼ିଆ ବାର୍ତ୍ତା/ ସୋନପୁର (ସର୍ଜନ କୁମାର ପାଣ୍ଡେ): ସରକାରୀ ଉଚ୍ଚ ବିଦ୍ୟାଳୟ ନାରାୟଣପୁରର ଛାତ୍ରଛାତ୍ରୀଙ୍କୁ ନେଇ ସ୍ୱଚ୍ଛତା ପକ୍ଷ ବିଷୟରେ ସାଧାରଣ ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରତିଯୋଗିତାରେ ଡାକ୍ତର ସଂଗୀତା ଚୌଧୁରୀ, ବ୍ଲକ ପ୍ରୋଗ୍ରାମ ଅଫିସର ପ୍ରିୟରଞ୍ଜନ ସାହୁ, ଭାରପ୍ରାପ୍ତ ଜନସ୍ୱାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ଶାନ୍ତନୁ କୁମାର ମେହେର ଏବଂ ସ୍କୁଲର ପ୍ରଧାନଶିକ୍ଷକ ଓ ଅନ୍ୟ ଶିକ୍ଷକବୃନ୍ଦ ଉପସ୍ଥିତ ଥିଲେ। ଶେଷରେ ଛାତ୍ରଛାତ୍ରୀମାନଙ୍କୁ ଡାକ୍ତର ସଂଗୀତା ଚୌଧୁରୀ ପୁରସ୍କାର ପ୍ରଦାନ କରିଥିଲେ ଏବଂ ପ୍ରିୟ ରଞ୍ଜନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।