ବାନେର ଗଣେଶ ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା 

ଓଡ଼ିଆ ବାର୍ତ୍ତା/ ଜୟପାଟଣା (ଧନେଶ୍ଵର ପୁଞ୍ଜି): ଜୟପାଟଣା ବ୍ଲକ ଅନ୍ତର୍ଗତ ବାନେର ଗଣେଶ ଇଂରାଜୀ ମାଧ୍ୟମ ବିଦ୍ୟାଳୟ ପରିସରରେ ଅଧ୍ୟୟନ ରତ ଛାତ୍ର ଛାତ୍ରୀ ମାନଙ୍କୁ ନେଇ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଅଛି। ଗଣେଶ ଇଂରାଜୀ ମାଧ୍ୟମ ବିଦ୍ୟାଳୟର ସଭାପତି ବୀର କିଶୋର ପଣ୍ଡାଙ୍କ ସଭାପତିତ୍ବରେ ଆୟୋଜିତ ହୋଇଥିବା କାର୍ଯ୍ୟକ୍ରମରେ ଜୟପାଟଣା ପଞ୍ଚାୟତ ସମିତି ଅଧ୍ୟକ୍ଷ ଥବିର ବାଗ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶୁଭ ଉଦଘାଟନ କରିଥିବା ବେଳେ ଜୟପାଟଣାର ବରିଷ୍ଠ ସାମ୍ବାଦିକ ତଥା ସମାଜସେବୀ ଶେଷଦେବ ବେହେରା ସମ୍ମାନିତ ଅତିଥି ଭାବରେ ଯୋଗଦେଇଥିଲେ। ଏହି ବାର୍ଷିକ କ୍ରୀଡା ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା କୃତି ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ ସହିତ ପ୍ରମାଣ ପତ୍ର ମୁଖ୍ୟ ଅତିଥି ଏବଂ ସମ୍ମାନିତ ଅତିଥି ପ୍ରଦାନ କରିଥିବା ବେଳେ ଏହି କାର୍ଯ୍ୟକ୍ରମଟିକୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଆର୍.ପ୍ରଭୁ ପରିଚାଳନା କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.