ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟ ନର୍ଲାରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ କଳାହାଣ୍ଡି ପକ୍ଷରୁ ଝାନ୍ସି ରାଣୀ ଲକ୍ଷ୍ମୀବାଇ ଜନ୍ମ ଜୟନ୍ତୀ ଅବସରରେ ଋତୁମତି ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଝିଅମାନଙ୍କ ଋତୁସ୍ରାବ ଉପରେ ସଚେତନତା କରାଯାଇଥିଲା ଏବଂ ପେଡ୍ ବଣ୍ଟା ଯାଇଥିଲା। କାର୍ଯ୍ୟକ୍ରମରେ ନର୍ଲା ବିଡ଼ିଓ ବାସନ୍ତୀ ସେଠୀ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ମାର୍ଗଦର୍ଶନ ଦେଇଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ମାଣ୍ଡେଲ୍ ଆରୋଗ୍ୟ କେନ୍ଦ୍ର ଅଧିକାରୀ ସୁନନ୍ଦା କୁମ୍ଭାର, ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ଅର୍ଚ୍ଚନା ଦାସ ଅତିଥି ଭାବରେ ଯୋଗ ଦେଇଥିଲେ। ବିଦ୍ୟାର୍ଥୀ ପରିଷଦର କାର୍ଯ୍ୟକର୍ତ୍ତା ନିକିତା ସାହୁଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ମିନୁ ରଣା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । କାର୍ଯ୍ୟକ୍ରମ ଶେଷରେ ସଭାପତି ସୁଶ୍ରୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।