ଭେଜିପଦର ଉ.ପ୍ରା. ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ଉପଲକ୍ଷେ କ୍ରୀଡା ଉତ୍ସବ ଅନୁଷ୍ଠିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି: ଭବାନୀପାଟଣା ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଭେଜିପଦର ଠାରେ ଦୁଇ ଦିନ ବ୍ୟାପୀ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ଉପଲକ୍ଷେ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବିଶିଷ୍ଟ ସମାଜସେବୀ, ଶିଳ୍ପୀ, ରାଜ୍ୟପାଳ ପୁରସ୍କାରପ୍ରାପ୍ତ ଶିକ୍ଷକ ପ୍ରଭାସ ଚନ୍ଦ୍ର ମିଶ୍ର ଯୋଗଦାନ କରି ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ. ଜୟନ୍ତ କୁମାର ପତି ସମସ୍ତଙ୍କୁ ସ୍ଵାଗତ କରିବା ସହ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ ।

Omkar Vasthu
Omkar Vasthu

ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ହିମାଚଳ ପାଣ୍ଡେ, ପୂର୍ବତନ ଅଧ୍ୟକ୍ଷ ଭୋଜରାଜ ସାହୁ, ଉପ ସଭାନେତ୍ରୀ ଭାଦ୍ରବୀ ଦୁର୍ଗା, ୱାର୍ଡ ମେମ୍ବର, କମିଟି ସଭ୍ୟ ମହେନ୍ଦ୍ର ଦୁର୍ଗା ପ୍ରମୁଖ ଯୋଗଦାନ କରି ସହଯୋଗ କରିଥିଲେ । ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ଖମାରୀ, ଶିକ୍ଷୟିତ୍ରୀ ମିନତୀ ସାହୁ ଓ ସ୍ଵାଗତିକା ନେଗୀ ସମସ୍ତ ଖେଳ ପରିଚାଳନା କରିଥିଲେ । ଉତ୍ସବର ପ୍ରଥମ ଦିନ ଗ୍ରାମର ଶିବ ମନ୍ଦିରରେ ପୂଜାର୍ଚ୍ଚନା ସହିତ ସେଠାରେ ମଶାଲ ଯାତ୍ରା ଆରମ୍ଭ ହୋଇଥିଲା ଓ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବିଭିନ୍ନ ପ୍ରକାରର ପ୍ରତିଯୋଗିତା କରାଯାଇଥିଲା । ପ୍ରଧାନଶିକ୍ଷକ ଡ. ପତି ଛାତ୍ରଛାତ୍ରୀଙ୍କୁ ଶପଥ ପାଠ କରାଇଥିଲେ ଓ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଶ୍ରୀ ଖମାରୀ ଧନ୍ୟବାଦ ଅର୍ପଣ କରିଥିଲେ ।

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.