କାଶୀପୁରରେ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣୀ ଶିବିର

ଓଡ଼ିଆ ବାର୍ତ୍ତା/ କାଶୀପୁର (ଆଲାରାମ ଭତ୍ରା): ରାୟଗଡ ଜିଲ୍ଲା ପ୍ରଶାସନ ତରଫରୁ କାଶୀପୁର ବ୍ଳକଠାରେ ଆଜି ମିଳିତ  ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ରାୟଗଡ଼ା ଜିଲ୍ଲାପାଳ ସ୍ୱଧା ଦେବ ସିଂ, ଆରକ୍ଷୀ ଅଧିକ୍ଷକ ବିବେକାନନ୍ଦ ଶର୍ମା, ପିଡ଼ିଡିଆରଡିଏ ରାୟଗଡ ରବିନାରାୟଣ ତ୍ରିପାଠୀ, ଉପଜିଲ୍ଲାପାଳ ରାୟଗଡ ଭୀମସେନ ଶବର, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ା. ଲାଲମୋହନ ରାଉତରାୟ, ଗ୍ରାମୀୟ ଜଳଯୋଗାଣ ସହକାରୀ ଯନ୍ତ୍ରୀ, ପ୍ରକଳ୍ପ ପ୍ରଶାସକ, ସମ୍ମନିତ ଆଦିବାସୀ ଉନ୍ନୟନ ସଂସ୍ଥା, ରାୟଗଡ ପଦ୍ମଚରଣ ନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣ ଚନ୍ଦ୍ର ବରିହା, ସହକାରୀ ମୃତ୍ତିକା ସଂରକ୍ଷଣ ଅଧିକାରୀ କାଶୀପୁର, ପ୍ରଦୀପ କୁମାର ପଟ୍ଟନାୟକ, ଗଣେଷ ସାମନ୍ତରାୟ,

ଅତିରିକ୍ତ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ରାୟଗଡ, ଉଦ୍ୟାନ କୃଷି ଉପନିର୍ଦେଶକ ପତିତପାବନ ସାମନ୍ତରୟ, ଅଧ୍ୟକ୍ଷ ପଂଚାୟତ ସମିତି କାଶୀପୁର କଣ୍ଠ ମଝି, ବିଡ଼ିଓ କାଶୀପୁର ମନିଷ ଦାସ, ସହକାରୀ ଜିଲ୍ଲା ଯୋଗାଣ ଅଧିକାରୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରମେଶ ଚନ୍ଦ୍ର ନାୟକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଯାଜ୍ଞସେନୀ ବେହେରା, ଅତିରିକ୍ତ ତହସିଲଦାର କାଶୀପୁର ଓ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ରହିଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ ।

ଆଜି ମୋଟ ୭୭ଟି ଅଭିଯୋଗ ଜିଲ୍ଲାପାଳଙ୍କ ନଜରକୁ ଆସିଥିଲା। ସେଥିରୁ ୬୭ଟି ଵ୍ୟକ୍ତିଗତ ହୋଇଥିବା ବେଳେ ୧୦ଗୋଟି ସାମୁହିକ ଅଭିଯୋଗ ଆସିଥିଲା। ଜିଲ୍ଲାପାଳ ୩ଜଣକୁ ୧୫ହଜାର ଟଙ୍କା ରେଡ୍କ୍ରସରୁ ଏବଂ ଜଣକୁ ମୁଖ୍ୟମନ୍ତ୍ରୀ ସହାୟତା କୋଷରୁ ୧୦ହଜାର ଟଙ୍କା ସହାୟତା ପ୍ରଦାନ କରିଥିଲା । ଏହା ସହିତ ତହସିଲଦାରଙ୍କତରଫରୁ ଇନ୍ଦ୍ରାବତୀ ବୁଡି ଅଂଚଳର ବିସ୍ଥାପିତ ୯ଜଣ ହିତାଧିକାରୀଙ୍କୁ ଓ ୧୧ଗୋଟି ବିଦ୍ୟାଳୟକୁ ଆର.ଓ.ଆର ପଟ୍ଟା ବଣ୍ଟନ କରାଯାଇଥିଲା। ଜିଲ୍ଲାପାଳ ଶ୍ରୀମତୀ ସିଂ ଉକ୍ତ ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.