ସର୍ବ ମଙ୍ଗଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଶ୍ୱ ଏଡ଼ସ ଦିବସ ପାଳିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ସୁଶାନ୍ତ କୁମାର ଦଳେଇ): କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ସ୍ଥିତ ସର୍ବ ମଙ୍ଗଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁବ ରେଡକ୍ରସ୍ ଓ ରେଡ୍ ରିବନ କ୍ଳବ୍ ତରଫରୁ ବିଶ୍ୱ ଏଡ଼ସ ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଅଧ୍ୟକ୍ଷ ଜୟନ୍ତ କୁମାର ଜେନାଙ୍କ ସଭାପତିତ୍ବରେ ଆୟୋଜିତ ସଚେତନତା ସଭାରେ ଗୋଲାମୁଣ୍ଡା ପଞ୍ଚାୟତ ସମିତି ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦ ମୁଖ୍ୟ ଅତିଥି, ଗୋଲାମୁଣ୍ଡା ଗ୍ରାମ ପଞ୍ଚାୟତର ସରପଞ୍ଚ ପୁରୁଷୋତ୍ତମ ରାଉତ ସମ୍ମାନୀତ ଅତିଥି, ଅଧ୍ୟାପକ ପ୍ରଦୀପ କୁମାର ମିଶ୍ର ମୁଖ୍ୟ ବକ୍ତା ଭାବେ ଯୋଗଦେଇ ଏଡ଼ସ ରୋଗର ଭୟାବହତା ଓ ଏହାର ନିରାକରଣ ବିଷୟରେ ଆଲୋକପାତ କରିଥିଲେ। ପ୍ରାଧ୍ୟାପକ ସରୋଜ କାନ୍ତ ରଥ ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିଲେ। ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିବା ପ୍ରବନ୍ଧ, ବକ୍ତୃତା ଓ ଚିତ୍ରାଙ୍କନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ଅଧ୍ୟାପକ ପ୍ରତାପ ଚନ୍ଦ୍ର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ଆୟୋଜିତ ସଚେତନତା ଶୋଭଯାତ୍ରାରେ ଉକ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସମସ୍ତ କର୍ମଚାରୀ ଓ ଛାତ୍ର ଛାତ୍ରୀ ଏଡ଼ସ ନିରାକରଣ ସମ୍ପର୍କିତ ସ୍ଲୋଗାନ ଦେଇ ସହର ପରିକ୍ରମା କରିଥିଲେ। ଅଧ୍ୟାପକ ବିଜୟ କୁମାର ସାହୁ, ପ୍ରବୀର କୁମାର ରାୟ ,କବି ପ୍ରସାଦ ପଟ୍ଟନାୟକ , ଯଯାତି କେଶରୀ ରାଉତ, ତ୍ରିନାଥ ପଟ୍ଟନାୟକ , ସୋଭଗିନୀ ନାୟକ,ପ୍ରିୟମ୍ବଦା ରଥ ଓ ଭାରତ ସ୍କାଉଟ୍ ରୋଭର୍ ଲିଡର ସନ୍ତୋଷ କୁମାର ବାରିକ ତଥା ସମାଜସେବୀ ଶ୍ୟାମ ସୁନ୍ଦର ଅଗ୍ରୱାଲ ପ୍ରମୁଖ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ଯୁବ ରେଡକ୍ରସ୍ ପରାମର୍ଶଦାତା ତଥା ରେଡ୍ ରିବନ୍ କ୍ଳବ୍ ଅଧିକାରୀ ଅଧ୍ୟାପକ ଶାନ୍ତନୁ କୁମାର ପରିଡ଼ା ଏହି ସଚେତନତା କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.