ସାନଚେରଗାଁ ଆଞ୍ଚଳିକ ବସ୍ତରାଣୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଶ୍ୱ ଏଡସ ଦିବସ ପାଳିତ

ଓଡିଆ ବାର୍ତ୍ତା/ କଳାହାଣ୍ଡି (ସୁଶାନ୍ତ କୁମାର ଦଳେଇ): ସାନଚେରଗାଁ ଆଞ୍ଚଳିକ ବସ୍ତରାଣୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଶ୍ୱ ଏଡସ ଦିବସ ପାଳିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଚପ୍ରିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଡାକ୍ତର ଖୁସିରାମ ସୁନା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପତାକା ଦେଖାଇ ଛାତ୍ରଛାତ୍ରୀମାନଙ୍କର ରୋଡ ସୋକୁ ଉଦ୍‌ଘାଟନ କରିଥିଲେ । ଛାତ୍ରଛାତ୍ରୀମାନେ ସ୍ଥାନୀୟ ଅଞ୍ଚଳ ପରିକ୍ରମା କରି ଏଡସ ସଚେତନତାର ବିଭିନ୍ନ ସ୍ଲୋଗାନ ଗୁଡିକ ପ୍ରଦାନ କରି ଲୋକମାନଙ୍କୁ ସଚେତନ କରିଥିଲେ । ଏହି କାର୍ଯ୍ୟକ୍ରମ ଅବଶରରେ ଏକ ସଭା ଆୟୋଜନ କରାଯାଇଥିଲା । ଏଥିରେ ଡାକ୍ତର ଖୁସିରାମ ସୁନା ଛାତ୍ରଛାତ୍ରୀମାନଙ୍କ ସହିତ ଏଡସ ରୋଗ ବିଷୟରେ ବସ୍ତୃତ ଭାବରେ ଆଲୋଚନା କରିଥିଲେ । ବିଦ୍ୟାଳୟର ଅଧ୍ୟକ୍ଷ ତ୍ରିଲୋଚନ ସାହୁଙ୍କ ଅଧ୍ୟକ୍ଷତାରେ ବରିଷ୍ଠ ଅଧ୍ୟାପକ ରଂଜନ କୁମାର ପଣ୍ଡା ଓ ଶିଶିର କୁମାର ସାହୁ ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ଉପଦେଶ ପ୍ରଦାନ କରିଥିଲେ । ଖେଳ ଶିକ୍ଷକ ଜୟଦେବ ପାଢୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ଶେଷରେ ଛାତ୍ରଛାତ୍ରୀମାନଙ୍କମଧ୍ୟରେ ଏହି କାର୍ଯ୍ୟକ୍ରମ ଉଦ୍ଦେଶ୍ୟରେ କରାଯାଇଥିବା ବିଭିନ୍ନ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରକୁ ଯୁବ ରେଡକ୍ରସ ଶାଖା ସଂପାଦକ ଅଗସ୍ତି ସୁନାନୀ ପରିଚାଳନା କରିଥିଲେ ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.