ଓଡ଼ିଆ ବାର୍ତ୍ତା/ ଥୁଆମୂଳ ରାମପୁର (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟ ସ୍ଥିତ ମା ମାଣିକେଶ୍ବରୀ ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ଯୁବ ରେଡକ୍ରସ ଆନୁକୁଲ୍ୟରେ ବିଶ୍ଵ ଏଡସ ଦିବସ ପାଳିତ କରାଯାଇଛି। ଏହି ଅବସରରେ ଛାତ୍ରଛାତ୍ରୀମାନେ ଏକ ସଚେତନ ଶୋଭାଯାତ୍ରାରେ ସହର ପରିକ୍ରମା କରିଥିଲେ। ଏହାପରେ ସ୍ଥାନୀୟ ସଭାଗୃହରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବରେ ପଶ୍ଚିମ ଓଡିଶା ବିକାଶ ପରିଷଦର ପୂର୍ବତନ ସଦସ୍ୟ ମାଣିକ୍ୟ ଚନ୍ଦ୍ର ନାଏକ, ମୁଖ୍ୟବକ୍ତା ଭାବରେ ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଚିକିତ୍ସାଧିକାରୀ ଡାକ୍ତର ନୀତିଶ କୁମାର ଝା, ଡ଼ାକ୍ତର ଦଳେଇ, ଅନୁଷ୍ଠାନର ଯୁବ ରେଡକ୍ରସ ଅଧିକାରୀ ସରୋଜ ପଟ୍ଟଯୋଶୀ, ଶେଖ ଅକ୍ତର, ଉଦ୍ଧବ ବାରିକ, ପ୍ରମୁଖ ମଞ୍ଚସିନ ହୋଇଥିଲେ। ଏହି କାର୍ଯ୍ୟକ୍ରମରେ କଲେଜ ଅଧ୍ୟକ୍ଷ ସତ୍ୟନାରାୟଣ ମୁଣ୍ଡଛିନା ସଭାପତିତ୍ୱ କରିଥିବା ବେଳେ ଅଧ୍ୟାପକ ବାବୃ ବାହାନ ବୁଦ୍ଧିଆ ସଭା ପରିଚାଳନା କରିଥିଲେ। ଏହି ଅବସରରେ ଆୟୋଜିତ ବିଭିନ୍ନ ପ୍ରତିଯୋଗୀତାରେ ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା।