ଭୁର୍ଟିଗଡ଼ ପଞ୍ଚାୟତରେ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଲାଞ୍ଜିଗଡ଼ ବ୍ଲକ ଭୁର୍ଟିଗଡ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ଲାଞ୍ଜିଗଡ଼ ବ୍ଲକ ପ୍ରଶାସନ ପକ୍ଷରୁ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର, ଲାଞ୍ଜିଗଡ଼ ତହସିଲଦାର ମୁନୀନ୍ଦ୍ର ହୋନ୍ନାଗା, ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ସମେତ ବ୍ଲକସ୍ତରୀୟ ବିଭିନ୍ନ ବିଭାଗ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ରହି ଭୁର୍ଟିଗଡ଼ ଗ୍ରାମପଞ୍ଚାୟତର ୧୨ ଗୋଟି ୱାର୍ଡ ଅଞ୍ଚଳର ଜନସାଧାରଣଙ୍କ ଆପତ୍ତି ଅଭିଯୋଗ ଶୁଣିବା ସହିତ ସେଗୁଡ଼ିକର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଥିଲେ। ଭୁର୍ଟିଗଡ଼ ସରପଞ୍ଚ ଦାନାଦେଇ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏଇ ଶିବିରରେ ସମିତିସଭ୍ୟା ଶ୍ରୀଦେବୀ ମହାନନ୍ଦ, ନାଏବ ସରପଞ୍ଚ ସୁଶୀଳା ନାଏକଙ୍କ ସମେତ ୱାର୍ଡ ସଭ୍ୟସଭ୍ୟାମାନେ ଉପସ୍ଥିତ ଥିଲେ । ପଞ୍ଚାୟତ ନିର୍ବାହୀ ଅଧିକାରୀ ରୂପାଧର ଧରୁଆଙ୍କ ତତ୍ତ୍ବାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ଗ୍ରାମରୋଜଗାର ସେବକ ଧର୍ମରାଜ ବାଗ, ଯୋଗାଣ ସହାୟକ ବନବାସ ପାତ୍ରଙ୍କ ସମେତ ଭୂଜନ ହାତୀ, କର୍ଣ୍ଣ ନାଏକ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.