କୁମୁଦ ଚନ୍ଦ୍ର ନାଏକ ପାଇଲେ ଦେବଗିରି ସମାଜସେବା ସମ୍ମାନ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ରାଜ୍ୟସ୍ତରୀୟ କୁମାରସ୍ବାମୀ ମହୋତ୍ସବ ଅବସରରେ ଦେବଗିରି ସମାଜସେବା ସମ୍ମାନରେ ସମ୍ବର୍ଦ୍ଧିତ ହୋଇଛନ୍ତି ବିଶିଷ୍ଟ ସମାଜସେବୀ କୁମୁଦ ଚନ୍ଦ୍ର ନାଏକ। ଶ୍ରୀ ନାଏକ  ଡିବଡିବି, ଅର୍ଜି, ପ୍ରଗତିବାଦୀ ଓ ସମ୍ବାଦର ପ୍ରତିନିଧି ଭାବେ ଅତିତରେ କାର୍ଯ୍ୟକରି ସାଧାରଣ ଜନତାର ସ୍ବରକୁ ପ୍ରଶାସନ ଓ ସରକାରଙ୍କ ପାଖରେ ପହଞ୍ଚେଇବାରେ କାର୍ଯ୍ୟ କରିଛନ୍ତି। ଏହାସହ ବିଭିନ୍ନ ଅନୁଷ୍ଠାନ ସହ ଓତଃପ୍ରୋତ ଭାବେ ଜଡ଼ିତ ରହି ସାଧାରଣ ଜନତାର ହକ୍ ପାଇଁ ଲଢେଇ କରିଛନ୍ତି। ଏହାସହ ଅଞ୍ଚଳର କଳା, ସଂସ୍କୃତି, କ୍ରିଡ଼ା, ଶିକ୍ଷା ଓ ସାହିତ୍ୟର ବିକାଶ ଦିଗରେ ତାଙ୍କର ଅବଦାନ ଅତୁଳନୀୟ।କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଅନ୍ତର୍ଗତ ବୁଢୀପଦର ଠାରେ ଦେବଗିରି ସାଂସ୍କୃତିକ ଅନୁଷ୍ଠାନର ୩୦ତମ ବାର୍ଷିକ ଉତ୍ସବ ତଥା ରାଜ୍ୟସ୍ତରୀୟ କୁମାରସ୍ୱାମୀ ମହୋତ୍ସବର ଉଦଜାପନି ସନ୍ଧ୍ୟାର ମୁଖ୍ୟ ଅତିଥି ନର୍ଲା ବିଧାୟକ ଭୁପିନ୍ଦର ସିଂଙ୍କ ସମେତ ମହୋତ୍ସବର ବିଶିଷ୍ଟ ଅତିଥି ମହାବୀର ସାଂସ୍କୃତିକ ଅନୁଷ୍ଠାନର ସଭାପତି ଜୟନ୍ତ ବେହେରା, ସ୍ବତନ୍ତ୍ର ଅତିଥି  କଳାହାଣ୍ଡି ବିଶ୍ବ ବିଦ୍ୟାଳୟର କୁଳପତି ପ୍ରଫେସର ସଞ୍ଜୟ କୁମାର ସତପଥି, ମୁଖ୍ୟ ବକ୍ତା କଳାହାଣ୍ଡି ବିଶ୍ବ ବିଦ୍ୟାଳୟ ପିଜି କାଉନସିଲ ଚେୟାରମେନ ମେଜର୍ ଡ. ଜୟଦେବ ସାହୁ, ସମ୍ମାନିତ ଅତିଥି ସମ୍ବଲପୁର ବିଶ୍ବ ବିଦ୍ୟାଳୟର ରେଜିଷ୍ଟ୍ରାର ଡ଼. ନୃପରାଜ ସାହୁ,  ଓଡିଶା ସଂଗୀତ ନାଟକ ଏକାଡେମୀ ସଦସ୍ୟ ଧ୍ୟାନାନନ୍ଦ ପଣ୍ଡା, ବିଶିଷ୍ଟ ଉଦ୍ୟୋଗପତି ସୁମିତ କୁମାର ଅଗ୍ରୱାଲ, ଦେବଗିରି ସାଂସ୍କୃତିକ ଅନୁଷ୍ଠାନର ମୁଖ୍ୟ ଉପଦେଷ୍ଟା ବିଜୟ କୁମାର ଧଙ୍ଗଡାମାଝୀ, ସଭାପତି ସଞ୍ଜୟ କୁମାର ଧଙ୍ଗଡାମାଝୀ, ଯୁଗ୍ମ ସମ୍ପାଦକ ସୁଧୀର ଧଙ୍ଗଡ଼ାମାଝୀ ପ୍ରମୁଖ ଉପସ୍ଥିତ ରହି ଶ୍ରୀ ନାଏକଙ୍କୁ ସମାଜସେବା ସମ୍ମାନରେ ସମ୍ମାନୀତ କରିଥିଲେ।
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.